ନାବାଳିକା ଦୁଷ୍କର୍ମ ମାମଲାରେ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୪୫ ହଜାର ଟଙ୍କା ଜୋରିମାନା

add-all

ଫୁଲବାଣୀ : ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାଶ ,ଆଜି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ମାମଲାର ପିଡିତା ୧୨ ଜଣ ସାକ୍ଷୀଙ୍କ ବୟାନ ଡାକ୍ତରୀ ରିପୋର୍ଟ ଆଧାରରେ ମାମଲାର ଅଭିଯୁକ୍ତ ମହାସେକ ମୁଠା ମାଝୀକୁ ଦୋଷୀ ସାବ୍ୟସ୍ତ କରି ତାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୪୫ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ, ତାକୁ ଆଉ ଅଧିକ ୧୧ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ନିଜ ରାୟରେ ପ୍ରକାଶ କରିଛନ୍ତି ବିଚାରପତି । ପିଡିତାଙ୍କୁ କ୍ଷତି ପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧୀକରଣକୁ ମଧ୍ୟ ନିର୍ଦ୍ଧେଶ ଦେଇଛନ୍ତି। ସୁଚନା ଅନୁସାରେ ଗତ ୮/୫/୨୦୧୮ରେ ପୀଡିତାଙ୍କ ପରିବାର ପକ୍ଷରୁ କୋଟଗଡ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । କୋଟଗଡ ଥାନା ଅଧିକାରୀ ଅଭିଯୋଗ ଅନୁଯାୟୀ ଏକ ମାମଲା ୨୫/୨୦୧୮ ରୁଜୁ କରି ମହାସେକ ପାଟମାଝୀ କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ସେହି ମାମଲାର ବିଚାର କରି ଉପୋରୋକ୍ତ ରାୟ ଶୁଣାଇଛନ୍ତି ବିଚାରପତି ।ଏହି ମାମଲାକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପୋକ୍ସୋ ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।

ad-week
Leave A Reply

Your email address will not be published.