ମନମୋହନଙ୍କୁ ଅଶ୍ରୁଳ ବିଦାୟ, ପଞ୍ଚଭୂତରେ ଲୀନ ହେଲେ : ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ 

add-all

ନୂଆଦିଲ୍ଲୀ : ପଞ୍ଚଭୂତରେ ଲୀନ ହେଲେ ଦିବଙ୍ଗତ ପ୍ରଧାନମନ୍ତ୍ରୀ ମନମୋହନ ସିଂହ। ସରିଲା ଅନ୍ତିମ ସଂସ୍କାର। ନୂଆଦିଲ୍ଲୀ ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ମନମୋହନ ସିଂହଙ୍କ ଅନ୍ତିମ ସଂସ୍କାର ସମ୍ପୂର୍ଣ୍ଣ ହୋଇଛି। ପୂର୍ଣ୍ଣ ସେନା ସମ୍ମାନ ସହ ଶେଷକୃତ୍ୟ କରାଯାଇଛି।
ସ୍ଥଳସେନା, ବାୟୁସେନା ଓ ନୌସେନା ତଫରୁ ମନମୋହନ ସିଂହଙ୍କୁ ସଲାମି ଦିଆଯାଇଛି। ଶିଖ ରୀତିନୀତି ଅନୁସାରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି। ଏହି ଅନ୍ତିମ ସଂସ୍କାର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାମିଲ ହୋଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।
ଏଥିସହ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅମିତ ଶାହା, ଜେପି ନଡ୍ଡା, କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି, ସୋନିଆ ଗାନ୍ଧି ସମେତ ବହୁ ବଡ଼ ବଡ଼ ନେତା ଏଥିରେ ଯୋଗ ଦେଇଥିଲେ।
ସକାଳୁ ମନମୋହନଙ୍କ ପାର୍ଥିବ ଶରୀରକୁ ଶୋଭାଯାତ୍ରାରେ କଂଗ୍ରେସ ମୁଖ୍ୟାଳୟକୁ ନିଆଯିବା ସହ ସେଠାରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଥିଲା। ଏହାପରେ ଶୋଭାଯାତ୍ରାରେ ନିଗମବୋଧ ଘାଟକୁ ପାର୍ଥିବ ଶରୀର ନିଆଯାଇଥିଲା। ସେଠାରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ହୋଇଛି।
ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ୯୨ ବର୍ଷ ବୟସରେ ଆଖି ବୁଜିଥିଲେ ମନମୋହନ ସିଂହ।

ad-week
Leave A Reply

Your email address will not be published.