୮ ଆଇପିଏସ୍‌ ଅଫିସରଙ୍କୁ ପଦୋନ୍ନତି

add-all

ଭୁବନେଶ୍ବର : ରାଜ୍ୟର ୮ ଆଇପିଏସ୍ ଅଫିସରଙ୍କୁ ମିଳିଛି ପଦୋନ୍ନତି। ସେମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ବରିଷ୍ଠ ଆଇପିଏସ୍‌ ଅଫିସର ଯତୀନ୍ଦ୍ର କୋୟଲ ଓ ପ୍ରତୀକ ମହାନ୍ତି। ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ଯତୀନ୍ଦ୍ର କୋୟଲଙ୍କୁ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେହିପରି କେନ୍ଦ୍ରୀୟ ଡେପୁଟେସନରେ ଥିବା ୨୦୦୦ ବ୍ୟାଚ୍‌ ଆଇପିଏସ୍ ଅଫିସର ପ୍ରତୀକ ମହାନ୍ତଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଏବେ ସେ ସିଆଇଏସ୍‌ଏଫ୍‌ (ମୁଖ୍ୟାଳୟ)ରେ ଆଇଜି ପାହ୍ୟାରେ କାର୍ଯ୍ୟ କରୁଛନ୍ତି।
୨୦୦୭ ବ୍ୟାଚ୍‌ର ଆଇପିଏସ୍ ଅଫିସର ଅବିନାଶ କୁମାର, ସାର୍ଥକ ଷଡ଼ଙ୍ଗୀ ଓ ନିତି ଶେଖରଙ୍କୁ ଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ଅବିନାଶ କୁମାର ଏବେ ସ୍ପେଶାଲ ଆର୍ମଡ ପୁଲିସର ଡିଆଇଜି ଭାବେ କାର୍ଯ୍ୟ କରୁଥିବା ବେଳେ ସାର୍ଥକ ଷଡ଼ଙ୍ଗୀ ଦକ୍ଷିଣାଞ୍ଚଳ ଡିଆଇଜି ଭାବେ ବ୍ରହ୍ମପୁରରେ ଓ ନୀତି ଶେଖର ଦକ୍ଷିଣ-ପଶ୍ଚିମାଞ୍ଚଳ ଡିଆଇଜି ଭାବେ କୋରାପୁଟରେ କାର୍ଯ୍ୟ କରୁଛନ୍ତି।
୨୦୧୧ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ପିନାକ ମିଶ୍ରଙ୍କୁ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ସେ ଏବେ ଭୁବନେଶ୍ୱର ଡିସିପି ଅଛନ୍ତି। ପିନାକ ମିଶ୍ରଙ୍କ ସହିତ ୨୦୧୧ ବ୍ୟାଚ୍‌ର ଆଉ ଦୁଇ ଆଇପିଏସ୍ ଅଫିସର ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧରଙ୍କ ମଧ୍ୟ ଡିଆଇଜି ପାହ୍ୟାକୁ ପଦୋନ୍ନତି ମିଳିଛି। ବି. ଯୁଗୋଳ କିଶୋର କୁମାର ଓ ବି. ଗଙ୍ଗାଧର ଏବେ କଟକ ସ୍ଥିତ ପୁଲିସ ମୁଖ୍ୟାଳୟରେ କାର୍ଯ୍ୟ କରୁଛନ୍ତି।

ad-week
Leave A Reply

Your email address will not be published.