ଆଗକୁ ବଢିବ ଶୀତ, ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିପାରେ ସର୍ବନିମ୍ନ ତାପମାତ୍ରା

Independence

ଭୁବନେଶ୍ବର: ନୂଆବର୍ଷରେ ଶୀତରେ ଥରିବ ରାଜ୍ୟ। ଶୁଖିଲା ପାଗ ସହ ପ୍ରବଳ ଶୀତ ହେବାର ସମ୍ଭାବନା ରହିଛି। ଏନେଇ ସୂଚନା ଦେଇଛି ରାଜ୍ୟ ପାଣିପାଗ ବିଭାଗ। ଦେଶର ପୂର୍ବ ଭାଗରେ ଥିବା ଗୁରୁଚାପ ବଳୟଟି ପଶ୍ଚିମ ଦିଗକୁ ଗତି କରୁଥିବାରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହ ବଢିବ। ଏହାର ପ୍ରଭାବରେ ରାତିର ତାପମାତ୍ରା ଅହେତୁକ ଭାବରେ କମିବ ବୋଲି ଆକଳନ କରାଯାଇଛି।

ଜାନୁଆରୀ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ରାଜ୍ୟରେ ଶୀତ ଲାଗି ରହିବ। ଆଜିଠାରୁ ଆଭ୍ୟନ୍ତରୀଣ ଓଡ଼ିଶାର କଳାହାଣ୍ଡି, କନ୍ଧମାଳ, ସମ୍ବଲପୁର, ବରଗଡ,ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମୟୂରଭଞ୍ଜ ଆଦି ଜିଲ୍ଲାରେ ତାପମାତ୍ରା କମିବ।

ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ଆକଳନ କରାଯାଇଛି। ଆସନ୍ତା ୭ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଶୁଖିଲା ପାଗ ଜାରି ରହିବ। ଶୀତ ସହ ଘନ କୁହୁଡି ଅସ୍ତବ୍ୟସ୍ତ କରିବ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଘନ କୁହୁଡି ନେଇ ୪ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।

ad-week
Leave A Reply

Your email address will not be published.