ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର : ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଲୋକଙ୍କ କାମ କରିବା ଓ ବିକାଶ ଧାରାକୁ ଆଗକୁ ନେବା ପାଇଁ ବିଜେପି ସରକାର ଯାହା ପ୍ରତିଶ୍ରୁତି ଦେଇଥିଲେ ପୂରଣ କରୁଛନ୍ତି। ଯେଉଁମାନେ ପୂର୍ବରୁ ଦାୟିତ୍ୱ ନେଇ କାମ କରୁଥିଲେ, ସେମାନଙ୍କୁ ଲୋକ ଭେଟି ପାରୁନଥିଲେ। ଆଜି ସେମାନେ ଲୋକଙ୍କ ପାଖକୁ ଯାଉଛନ୍ତି। କିନ୍ତୁ ବିଜେପି ସରକାରର କାର୍ଯ୍ୟ ଶୈଳୀ ଦେଖି ସେମାନେ ଆଜି ଆଇଭୋରି ଟାୱାରରୁ ବାହାରି ଧୂଳି ଖାଇବାକୁ ବାଧ୍ୟ ହେଉଛନ୍ତି। ତାଙ୍କୁ ଲମ୍ବା ସମୟ ଦେଇଥିଲେ ଓଡ଼ିଶା ବାସୀ। ବିଜେପି ସରକାରର କାର୍ଯ୍ୟ ଧାରାକୁ ଦେଖି ବ୍ୟତିବ୍ୟସ୍ତ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ମଞ୍ଚରେ ବସିଥିବା କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କୁ ମଧ୍ୟ କଡା କାଉଣ୍ଟର କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି, ଓଡ଼ିଶା ସବୁଠୁ ଗରିବ ରାଜ୍ୟ ବୋଲି କହିବା ଠିକ୍ ହେଲାନାହିଁ। ଏଥିପାଇଁ ଦାୟୀ କିଏ ? ତାହାର ଉତ୍ତର ବି ଆସିବା କଥା। ପ୍ରକୃତରେ ଯଦି ଓଡ଼ିଶାକୁ ଆଗକୁ ନେବାର ଥିଲା, ତେବେ ଆଜି ପର୍ଯ୍ୟନ୍ତ ଅନେକ ଥର ଲୋକମାନେ ଦାୟିତ୍ୱ ଦେଇଥିଲେ। କିନ୍ତୁ ରାଜ୍ୟକୁ କିଏ ଏଭଳି ସ୍ଥିତିରେ ପହଞ୍ଚାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରଶ୍ନ କରିଛନ୍ତି।
ସେ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦରେ ଆଜି ସରକାର ହୋଇଛି। ୬ ମାସରେ ଯାହା କଥା ଦେଇଥିଲୁ, ପୂରଣ କରିଛୁ। ଆଜି ମନ୍ତ୍ରୀମାନେ ଲୋକସେବା ଭବନ ନୁହେଁ, ଗାଁରେ ବୁଲୁଛନ୍ତି। ଦାନା ବାତ୍ୟା ବେଳେ ମଧ୍ୟ ଗ୍ରାଉଣ୍ଡରେ ମନ୍ତ୍ରୀମାନେ ଥିଲେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ନେଇ ନବୀନଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।

ad-week
Leave A Reply

Your email address will not be published.