ଆଦିବାସୀ ମହାବିଦ୍ୟାଳୟରେ ବିଶ୍ଵ ଯୁବ ଦିବସ ପାଳିତ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟରେ ରେଡ୍ ରିବନ କ୍ଲବ୍ ପକ୍ଷରୁ ବିଶ୍ଵ ଯୁବ ଦିବସ ପାଳିତ ହୋଇଯାଇଛି। ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଘୁ଼.ଉଦୟଗିରି କଳିଙ୍ଗ ମହାବିଦ୍ୟାଳୟ ର ଅବସରପ୍ରାପ୍ତ ପ୍ରାଧ୍ୟାପକ ଡ଼.ଦିଲୀପ କୁମାର ମହାପାତ୍ର ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ରେଡ୍ ରିବନ କ୍ଲବ୍ ଜିଲ୍ଲା ସଂଯୋଜକ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଆଇକ୍ଵୁଏସି ସଂଯୋଜକ ହିମାଂଶୁ ଚରଣ ସାହୁ, କୁଡୁତୁଲି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପ୍ରଭାତକୁମାର ଜେନା, କାଉନସେଲର ଦଣ୍ଡପାଣି ଭୂୟାଁ, ବାଣିଜ୍ୟ ବିଭାଗ ମୁଖ୍ୟ ସରୋଜକୁମାର ପାଠୀ, ଇତିହାସ ଅଧ୍ୟାପକ ମାନସ ରଞ୍ଜନ ପ୍ରଧାନ, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ହମନ୍ ଦିବାକା ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଦୁଷ୍ମନ୍ତ ଶବର ପ୍ରମୁଖ ଉପସ୍ଥିତ ରହି ଯୁବ ଦିବସର ତାତ୍ପର୍ଯ୍ୟ ସମ୍ପର୍କରେ ବୁଝାଇ ଥିଲେ। କେଶରୀ ମୁଠାମାଝୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ । କୃତୀ ପ୍ରତିଯୋଗୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ। ପ୍ରବାସୀ ଭାରତୀୟ ଦିବସ ପାଳନର ଉଦଯାପନୀ ଉତ୍ସବ ରେ କ୍ଵିଜ୍ ,ପୋଷ୍ଟର ପ୍ରତିଯୋଗିତାରେ କୃତୀ ଛାତ୍ରଛାତ୍ରୀଙ୍କୁ ଅଧ୍ୟକ୍ଷଙ୍କ ଦ୍ୱାରା ପୁରସ୍କାର ବିତରଣ କରାଯାଇଥିଲା ।

ad-week
Leave A Reply

Your email address will not be published.