ଅଡ଼ୁଆରେ ମାର୍କ ଜୁକରବର୍ଗ, ମେଟାକୁ ସମନ କରିବ ସଂସଦୀୟ କମିଟି

add-all

ଭାରତରେ ଗତବର୍ଷ ହୋଇଥିବା ସାଧାରଣ ନିର୍ବାଚନକୁ ନେଇ ବିବାଦୀୟ ବୟାନ ଦେବା ପରେ ଅଡ଼ୁଆରେ ଫେସବୁକ ସଂସ୍ଥାପକ ମାର୍କ ଜୁକରବର୍ଗ। ଏହି ମାମଲାରେ ସଂସଦୀୟ କମିଟି ମେଟା କମ୍ପାନୀକୁ ସମନ କରିବ ବୋଲି ଜଣାପଡ଼ିଛି। ସଂସଦର ଆଇଟି ଓ ଯୋଗାଯୋଗ କମିଟିର ଅଧ୍ୟକ୍ଷ ନିଶିକାନ୍ତ ଦୁବେ ଏନେଇ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।

ଏହି ପ୍ରସଙ୍ଗରେ ଗତକାଲି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏକ୍ସରେ ମେଟାକୁ ଟ୍ୟାଗ୍ କରି ମାର୍କ ଜୁକରବର୍ଗଙ୍କ ଟିପ୍ପଣୀକୁ ନିନ୍ଦା କରିଥିଲେ। ଆଜି ବୈଷ୍ଣବଙ୍କ ପୋଷ୍ଟକୁ ରିପୋଷ୍ଟ କରି ନିଶିକାନ୍ତ ଦୁବେ ଲେଖିଛନ୍ତି ଯେ ମୋ କମିଟି ଏହି ମିଥ୍ୟା ଖବର ପାଇଁ ମେଟାକୁ ସମନ କରିବ। କୌଣସି ଗଣତାନ୍ତ୍ରିକ ଦେଶ ବିଷୟରେ ମିଛ ଖବର ପ୍ରସାରିତ କରିବା ସେହି ଦେଶର ଛବିକୁ ଖରାପ କରିଥାଏ। ଏହି ଭୁଲ ପାଇଁ ଉକ୍ତ ସଂସ୍ଥାକୁ ଭାରତୀୟ ସଂସଦ ତଥା ଦେଶର ଲୋକଙ୍କୁ କ୍ଷମା ମାଗିବାକୁ ପଡ଼ିବ।

ଉଲ୍ଲେଖ ଯୋଗ୍ୟ, ଜୁକରବର୍ଗ ଏକ ପଡକାଷ୍ଟରେ କହିଥିଲେ ଯେ ୨୦୨୪ ପୂରା ବିଶ୍ୱରେ ଏକ ବଡ଼ ନିର୍ବାଚନୀ ବର୍ଷ ଥିଲା। ଭାରତ ସମେତ ଅନେକ ଦେଶରେ ଏହି ବର୍ଷ ନିର୍ବାଚନ ଅନୁଷ୍ଠିତ ହୋଇଛି। ସେହି ସବୁ ଦେଶରେ ଶାସନରେ ଥିବା ସରକାର ମୁଦ୍ରାସ୍ଫିତି ପାଇଁ ହେଉ ବା କୋଭିଡ ମହାମାରୀ ସମୟରେ ଦୁର୍ବଳ ପରିଚାଳନା ପାଇଁ ଏହି ନିର୍ବାଚନରେ ଏକ ପ୍ରକାର ହାରିଯାଇଛନ୍ତି।

ad-week
Leave A Reply

Your email address will not be published.