କୃଷ୍ଣପୁର ହାଇସ୍କୁଲରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

add-all

ଚିକିଟି : ଏହି ବ୍ଲକ କେ.ନୂଆଗାଁ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁର ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ ରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଚିକିଟୀ ବିଧାୟକ ଶ୍ରୀଯୁକ୍ତ ମନୋରଞ୍ଜନ ଦ୍ୟାନସାମନ୍ତରାୟ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଗୋଷ୍ଟୀ ଶିକ୍ଷାଅଧିକାରୀ ଶ୍ରୀଯୁକ୍ତ ବସନ୍ତ କୁମାର ପଣ୍ଡା, ସମ୍ମାନୀତ ଅତିଥି ଭାବେ ବିଦ୍ୟାଳୟ ପରିଚାଳନା କମିଟୀ ସଭାପତି ଶ୍ରୀ ରାଜେନ୍ଦ୍ର କୁମାର ପ୍ରଧାନ ଏବଂ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ମଦନ ମୋହନ ରଥଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ପ୍ରତିଯୋଗିତାର କୃତିତ୍ୱ ଅର୍ଜନ କରିଥିବା ଶତାଧିକ ଛାତ୍ରଛାତ୍ରୀ ମୁଖ୍ୟ ଅତିଥିଙ୍କ ଠାରୁ ପୁରସ୍କାର ଗ୍ରହଣ କରିଥିଲେ। ଏହି ଉତ୍ସବରେ ପନ୍ଦରଟି ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା ଯାହା ମୁଖ୍ୟ ଅତିଥିଙ୍କ ଦ୍ୱାରା ବେଶ୍ ପ୍ରଶଂସିତ ହୋଇଥିଲା। ଏହି ଉତ୍ସବଟି ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗରେ ସଫଳ ରୂପାୟନ ହୋଇଥିଲା।

ad-week
Leave A Reply

Your email address will not be published.