ଝାମନକିରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

add-all

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଝାମନକିରା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳନ ହୋଇଯାଇଛି ।ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ନୀଳିମା ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଅବସର ପ୍ରାପ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମତୀ ଫ୍ଲୋରା ଗୁଡ଼ିଆ ସମ୍ମାନିତ ଅତିଥି ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦୁଶ୍ରୀ ଦୋରଥିଆ ଟପ୍ପୋ, କୃଷ୍ଣ ଗଡତିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରାଏବଗାର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ବିଭୀଷଣ ତନ୍ତୀ, ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ କ୍ରୀଡା ପ୍ରତିଯୋଗିତା ରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ବିତରଣ କରାଗଲା । ଶେଷରେ ଅବସର ପ୍ରାପ୍ତ କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ କିଶୋର ତିହାଡି ସଭାସାଙ୍ଗ କରି ଧନ୍ୟବାଦ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ଏବଂ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ନୃତ୍ୟ ପରିବେଷଣ କରାଗଲା ।

ad-week
Leave A Reply

Your email address will not be published.