କଟକ ଆରଟିଓରେ ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା

add-all

କଟକ: ମୋଟର ଯାନ ଫିଟନେସ୍ ପରୀକ୍ଷାକୁ ତ୍ରୁଟିଶୂନ୍ୟ କରିବାକୁ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ରାଜ୍ୟରେ ପଞ୍ଜୀକୃତ ହୋଇଛି ପ୍ରଥମ ସ୍ୱୟଂକ୍ରିୟ ଯାନ ପରୀକ୍ଷଣ ବ୍ୟବସ୍ଥା ବା ଏଟିଏସ । କଟକ ଆରଟିଓ ଅଧୀନରେ ଏହାର ସ୍ଥାପନା ହୋଇଛି । ବୈଷୟିକ ଜ୍ଞାନକୌଶଳ ଜରିଆରେ ସ୍ୱୟଂକ୍ରିୟ ପଦ୍ଧତିରେ ଏହା ଗାଡ଼ିର ଫିଟନେସ ପରୀକ୍ଷା କରିବ ।
କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ଗାଡ଼ିର ଫିଟନେସ ପରୀକ୍ଷା ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି । ଖୁବଶୀଘ୍ର ରାଜ୍ୟରେ ଆହୁରି ୨୧ ଏଟିଏସ ସ୍ଥାପନା ହେବ ।
ସଡ଼କ ସୁରକ୍ଷା କ୍ଷେତ୍ରରେ ଯାନର ସ୍ଥିତି ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ରାସ୍ତାରେ ଗାଡ଼ି ଚାଲିବା ପାଇଁ ଗାଡ଼ିର ସ୍ଥିତି କିଭଳି ଥିବା ଦରକାର ସେଥିପାଇଁ ମୋଟର ଯାନ ନିୟମାବଳୀ ରହିଛି। ତେବେ ପୂର୍ବରୁ ଫିଟନେସ ସାର୍ଟିଫିକେଟ ତଥା ଗାଡ଼ିର ପଞ୍ଜୀକରଣ ନବୀକରଣ ମନୁଷ୍ୟ ମୂଲ୍ୟାୟନ ଆଧାରରେ ହେଉଥିଲା ।
ଏହି ପରୀକ୍ଷଣ ବ୍ୟବସ୍ଥାକୁ ସ୍ୱଚ୍ଛ ଓ ପାରଦର୍ଶୀ କରିବାକୁ ଫିଟନେସ ପରୀକ୍ଷା ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି । ଫଳରେ ରାସ୍ତାକୁ ଯିବା ପାଇଁ ଯୋଗ୍ୟ ନ ଥିବା ଗାଡ଼ିଗୁଡ଼ିକ ସ୍ୱୟଂକ୍ରିୟ ପଦ୍ଧତିରେ ବାଦ୍ ପଡ଼ିବେ। ଯାହା ସଡ଼କ ଦୁର୍ଘଟଣା ହ୍ରାସ ଦିଗରେ ସହାୟକ ହେବ ବୋଲି ସରକାର ଆଶା ରଖିଛନ୍ତି ।

ad-week
Leave A Reply

Your email address will not be published.