ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ସୋନିଆ ଦେଇଥିବା କଟୁ ମନ୍ତବ୍ୟକୁ ଦୃଢ଼ ନିନ୍ଦା କରିବା ସହିତ କୁଶପୁତ୍ତଳିକା ଦାହ

add-all

ବ୍ରହ୍ମପୁର : ବ୍ରହ୍ମପୁର ବିଧାୟକ କେ. ଅନୀଲ କୁମାରଙ୍କ ନେତୃତ୍ୱରେ ଶତାଧିକ ବିଜେପି କର୍ମୀ ଓ କର୍ମକର୍ତ୍ତା ଯୋଗଦେଇ ଗାନ୍ଧୀ ନଗର ଛକଠାରେ ପ୍ରତିବାଦ କରିଥିଲେ। ଦେଶର ପ୍ରଥମ ନାଗରିକ ମହାମହିମ ରାଷ୍ଟ୍ରପତିଙ୍କ ପ୍ରତି ପବିତ୍ର ସାଂସଦରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ କଟୁ ମନ୍ତବ୍ୟ ସାରା ଦେଶବାସୀଙ୍କ ପ୍ରତି ଅପମାନ ବୋଲି କହିଛି ବିଜେପି।ଏହା ଦ୍ୱାରା ପବିତ୍ର ଗୃହର ମର୍ଯ୍ୟାଦା ମଧ୍ୟ କ୍ଷୁର୍ଣ୍ଣ ହୋଇଛି।

ତୁରନ୍ତ ସୋନିଆ ଗାନ୍ଧୀ କ୍ଷମା ପ୍ରାର୍ଥନା କରିବାକୁ ଦାବି କରିଛନ୍ତି ବିଧାୟକ ଶ୍ରୀ ଅନୀଲ କୁମାର।ଏହାକୁ ଦୃଢ଼ ନିନ୍ଦା କରିଛନ୍ତି।ଆଜି ସନ୍ଧ୍ୟାରେ ଏହାର ପ୍ରତିବାଦରେ ବହୁ ବିଜେପି କର୍ମୀ ଗାନ୍ଧୀ ଛକଠାରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଉଭୟ ସନିଆଗାନ୍ଧୀ ଏବଂ ରାହୁଲ ଗାନ୍ଧୀ ଙ୍କ କୁଶ ପୁତ୍ତଳିକା ଦାହ କରିଥିଲେ।ଏହି ଅବସରରେ ବବିତା ପାତ୍ର, ବାଳକୃଷ୍ଣ ସାମନ୍ତରାୟ, ମିନତୀ ଦାସ, ଅଶୋଲ ଶୁକ୍ଳା, ସଞ୍ଜୟ ଜେନା ଙ୍କ ସମେତ ବହୁ ବିଜେପି କର୍ମୀ ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.