ଅଷ୍ଟମ ଅଭିଯୋଗ ଶୁଣାଣିରେ ୧୦୦୦ ଦରଖାସ୍ତ ପଞ୍ଜିକୃତ: ମୁଖ୍ୟମନ୍ତ୍ରୀ

add-all

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଷ୍ଟମ ଅଭିଯୋଗ ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ୧୦୦୦ ଦରଖାସ୍ତ ପଞ୍ଜିକୃତ ହୋଇଛି। ୭୦୦ ଅଭିଯୋଗ ଶୁଣି କାର୍ଯ୍ୟକରି କରିବାକୁ ବିଭିନ୍ନ ବିଭାଗକୁ ପଠାଯାଇଛି।
ଆଜି ଯାଏଁ ମୋଟ ୮୦୩୧ ଦରଖାସ୍ତ ମିଳିଥିବାବେଳେ ୬ ହଜାର ୫୪୫ ଅଭିଯୋଗର ସମାଧାନ ହୋଇଛି। ଯେତିକି ଅଭିଯୋଗ ଆସିଛି ବିଭିନ୍ନ ବିଭାଗ ସହ ଆଲୋଚନା କରି ସମାଧାନ କରାଯାଉଛି। ପ୍ରାୟ ୮୧ ପ୍ରତିଶତ ଅଭିଯୋଗର ସମାଧାନ ହୋଇଛି।
ଆଜି ବୌଦ୍ଧ ଜିଲ୍ଲାର ଜଣେ ଶିଶୁକୁ ସିଙ୍ଗଲ ୱିଣ୍ଡୋ ସିଷ୍ଟମ ମାଧ୍ୟମରେ ୫ ଲକ୍ଷ ଟଙ୍କାର ସହାୟତା ଯୋଗାଇ ଦିଆଯାଇଛି. ତାଙ୍କର ଘର ନଥିବାରୁ ଆବାସ ଯୋଜନାରେ ମଧ୍ୟ ଘର ଯୋଗାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି. ୯୦ ଦିନ ଭିତରେ ଆବେଦନର ସମାଧାନ ପାଇଁ ସରକାର ଚେଷ୍ଟା କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଭୁବନେଶ୍ୱର ନ ଆସି ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅପିଲ କରିଛନ୍ତି। ଭୁବନେଶ୍ୱର ଆସି ଅଯଥା ଖର୍ଚ୍ଚ ନକରି ଜିଲ୍ଲାସ୍ତରରେ ଅଭିଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ad-week
Leave A Reply

Your email address will not be published.