ମଧ୍ୟପ୍ରଦେଶରେ ବାୟୁସେନାର ମିରାଜ ବିମାନ ଦୁର୍ଘଟଣାଗ୍ରସ୍ତ

add-all

ନୂଆଦିଲ୍ଲୀ: ଭାରତୀୟ ବାୟୁସେନା ପାଇଁ ଏକ ଦୁଃଖଦ ଖବର। ଗୁରୁବାର ମଧ୍ୟପ୍ରଦେଶର ଶିବପୁରୀରେ ଭାରତୀୟ ବାୟୁସେନାର ମିରାଜ ୨୦୦୦ ଲଢୁଆ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ଘଟଣାରେ ଲଢୁଆ ବିମାନର ଉଭୟ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି । ଦୁର୍ଘଟଣା ପରେ ଲଢୁଆ ବିମାନ ଟି ଖରାପ ଭାବେ ଜଳୁଥିବାର ଏକ ଭିଡିଓ ମଧ୍ୟ ସାମ୍ନାକୁ ଆସିଛି ।
ମିଳିଥିବା ସୂଚନା ଅନୁଯାୟୀ, ମିରାଜ ୨୦୦୦ ଲଢୁଆ ବିମାନଟି ଗୁରୁବାର ଅପରାହ୍ନ ପ୍ରାୟ ୨ଟା ୨୦ ରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଶିବପୁରୀର କରିରା ତହସିଲ ଅନ୍ତର୍ଗତ ସୁନାରୀ ଥାନା ଅଞ୍ଚଳରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ପ୍ରତିରକ୍ଷା ଅଧିକାରୀମାନେ ସୂଚନା ଦେଇଛନ୍ତି ଯେ ବିମାନଟି ନିୟମିତ ପ୍ରଶିକ୍ଷଣ ଉଡ଼ାଣ ସମୟରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣାର କାରଣ ଜାଣିବା ପାଇଁ କୋର୍ଟ ଅଫ୍ ଇନକ୍ୱାରି ନିର୍ଦ୍ଦେଶ ଦିଆଯାଇଛି। ଏହି ଦୁର୍ଘଟଣା ସଂପର୍କରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ଆହତ ପାଇଲଟମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ad-week
Leave A Reply

Your email address will not be published.