
ଚିତ୍ରକୋଣ୍ଡା : ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ସ୍ୱାଭିମାନ ଅଞ୍ଚଳ ପଣସପୁଟ ଏସ ଏସ ଡି ହାଇସ୍କୁଲ ର ବାର୍ଷିକ ଉତ୍ସବ ବହୁ ଆଡମ୍ବର ସହ ପାଳିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରମୋଦ କୁମାର ରଥଙ୍କ ତତ୍ୱାବଧାନ ରେ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଚିତ୍ରକୋଣ୍ଡା ବିଧାୟକ ଶ୍ରୀଯୁକ୍ତ ମଙ୍ଗୁ ଖିଲ ଓ ମାଲକାନଗିରି ଜିଲ୍ଲା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସମାରୀ ତାଙ୍ଗୁଲୁ ଉପସ୍ଥିତ ଥିଲେ ।
ମୁଖ୍ୟ ବକ୍ତା ଭାବେ ଚିତ୍ରକୋଣ୍ଡା ବ୍ଲକ ଅଧ୍ୟକ୍ଷା ସୁଶ୍ରୀ ରାଜେଶ୍ୱରୀ ଖିଲ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପଣସପୁଟ ସରପଞ୍ଚ ଅର୍ଜୁନ ହନ୍ତାଳ, ଚିତ୍ରକୋଣ୍ଡା ବିଧାୟକ ପ୍ରତିନିଧି ବିଦେଶୀ ଗୌଡ଼, ଚିତ୍ରକୋଣ୍ଡା ସ୍ନାତକ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡା. ଚିନ୍ମୟ କୁମାର ବେହେରା, ଚିତ୍ରକୋଣ୍ଡା ଏସ ଏସ ଡି ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଅଜିତ ମାଡକାମୀ, ପଣସପୁଟ ସ୍କୁଲ ର ପ୍ରଥମ ପ୍ରଧାନ ଶିକ୍ଷକ ପ୍ରଦୀପ ବିଶ୍ୱାଳଙ୍କ ସମେତ ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ଏହି କାର୍ଯ୍ୟକ୍ରମ ର ମହତ୍ତ୍ୱ ଏବଂ ଛାତ୍ରଛାତ୍ରୀ ମାନଙ୍କୁ ପ୍ରେରଣା ପୂର୍ବକ ସମସ୍ତ ଅତିଥି ଉଦବୋଧନ ଦେଇଥିଲେ । ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ ଓ ବିଦ୍ୟାଳୟରେ ଥିବା ସମସ୍ୟା ଗୁଡ଼ିକ ବାବଦରେ ବିଧାୟକ ଙ୍କ ସମ୍ମୁଖରେ ପ୍ରକାଶ କରିଥିଲେ । ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ପାଇଥିବା ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା । ସମସ୍ତ ଅତିଥି ଏବଂ ଛାତ୍ରଛାତ୍ରୀ ଙ୍କ ପାଇଁ ଭୋଜନ ବ୍ୟବସ୍ଥା କରାଯାଇଥିଲା । ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସନ୍ଧ୍ୟା ସମୟରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ବିଦ୍ୟାଳୟର ଶିକ୍ଷକ ଦିଲ୍ଲୀପ ବେହେରା ମଞ୍ଚ ପରିଚାଳନା କରିଥିଲେ । ପ୍ରଧାନ ଶିକ୍ଷକ ଶ୍ରୀ ରଥଙ୍କ ନେତୃତ୍ୱରେ ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ଙ୍କ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ଟି ସମ୍ପୂର୍ଣ୍ଣ ବ୍ୟବସ୍ଥିତ ଏବଂ ସଫଳ ପୂର୍ବକ ସମାପନ ହୋଇଛି ।