ମୁଁ ବିଜେଡିରେ ଅଛି, ରହିବି – ସନାତନ ମହାକୁଡ଼

ଭୁବନେଶ୍ୱର, ୧୩।୨: ବିଜେଡି ବିଧାୟକ ସନାତନ ମହାକୁଡ଼ ଭାଜପା ମିଶିବା ଚର୍ଚ୍ଚା ମଧ୍ୟରେ ବିଧାୟକ ବିସ୍ଫୋରକ ବୟାନ ଦେଇଛନ୍ତି। ସନା ମହାକୁଡ କହିଛନ୍ତି, ମୁଁ ବିଜେଡିରେ ଅଛି, ରହିବି । ମୁଁ ଦଳ ଠାରୁ ଦୂରେଇନି, ଦଳ ସହ ଅଛି, ରହିଛି, ରହିବି। ସେ ପୁଣି କହିଛନ୍ତି, ଜିଲାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯାଉଛୁ, ଆଲୋଚନା କରୁଛୁ । ସେ ପୂରା ରାଜ୍ୟର ମୁଖ୍ୟମନ୍ତ୍ରୀ, ଭାଜପାର ମୁଖ୍ୟମନ୍ତ୍ରୀ ନୁହଁନ୍ତି ।
ବିଧାୟକ ଆହୁରି କହିଛନ୍ତି, ବିଧାନସଭାକୁ ପ୍ରବେଶ କଲା ବେଳେ କାହିଁକି ଦଳୀୟ ବୈଠକକୁ ଆସିଲେନି ବୋଲି ନବୀନ ପଟ୍ଟନାୟକ ପଚାରିଥିଲେ । ଅସୁସ୍ଥତା କାରଣରୁ ଆସିନଥିଲି ବୋଲି କହିଥିଲି। ଭାଜପା ଯାଉଛନ୍ତି କି ବୋଲି ସେ ପଚାରିନାହାନ୍ତି । ସେ ଦଳର ମୁରବୀ, ତାଙ୍କର ପଚାରିବାର ଅଧିକାର ଅଛି ।
ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରଥିଲେ ନବୀନ।
ନବୀନ ଗାଡିରୁ ଓହ୍ଲାଇବା ପରେ ଗୃହକୁ ପ୍ରବେଶ କରିବା ସମୟରେ ବିଜେଡି ବିଧାୟକମାନେ ତାଙ୍କୁ ଅଭିବାଦନ ଜଣାଇଥିଲେ। ଏହି ସମୟରେ ନବୀନ ସନାତନଙ୍କୁ ଦେଖି ଅଟକି ଯାଇଥିଲେ ଏବଂ ଗତ କାଲି ବିଜେଡି ବିଧାୟକ ଦଳ ବୈଠକକୁ କାହିଁକି ଆସି ନଥିଲେ ପ୍ରଶ୍ନ କରିଥିଲେ। ଉତ୍ତରରେ ସନା ମହାକୁଡ଼ ଅସୁସ୍ଥତା କାରଣ ଦର୍ଶାଇଥିଲେ ବେଳେ ପ୍ରତିଜବାବରେ ଭାଜପା ଆଡ଼କୁ ଯାଉଛନ୍ତି କି କହି ତେରଛା ବାଣ ମାରିଥିଲେ ନବୀନ।

nis-ad
Leave A Reply

Your email address will not be published.