ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ : ବସୁନ୍ଧରା ଯୋଜନାର ଚିହ୍ନଟ ହିତାଧିକାରୀ ତୁରନ୍ତ ପଟ୍ଟା ପ୍ରଦାନ ନିମନ୍ତେ ନିର୍ଦ୍ଦେଶ

ଛତ୍ରପୁର, : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ରାଜସ୍ୱ ସମୀକ୍ଷା ବୈଠକ ଗଞ୍ଜାମ ଜିଲ୍ଲାପାଳ ଦିବ୍ୟ ଜ୍ୟୋତି ପରିଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ବସୁନ୍ଧରା ଯୋଜନା ଆନୁକୂଲ୍ୟ ରେ ଗଞ୍ଜାମ ଜିଲ୍ଲା ରେ ଚିନ୍ହଟ ହୋଇଥିବା ୧୬୪୩ ଜଣ ଭୂମିହୀନ ମଧ୍ୟ ରୁ ବର୍ତମାନ ସୁଦ୍ଧା ୨୩୫ଜଣ ହିତାଧିକାରୀ ଙ୍କୁ ପଟ୍ଟା ପ୍ରଦାନ କରାଯାଇଥିବ ବଳକା ହିତାଧିକାରୀ ଙ୍କୁ ତୁରନ୍ତ ଜମି ପଟ୍ଟା ପ୍ରଦାନ କରିବା ନିମନ୍ତେ କୁହାଯାଇଛି । ସହରାଚଂଳ ହେଉବା ଗ୍ରାମାଚଂଳ ହେଉ ଯିଏ ବି ସରକାରୀ ଜମି ଜବଲଦଖଲ କରି କୋଠା ନିର୍ମାଣ କରିଛନ୍ତି ତୁରନ୍ତ ତାହା ଚିହ୍ନଟ କରି ନିୟମ ଅନୁସାରେ କାର୍ଯ୍ୟାନୁଷ୍ଠାନ ନେବାକୁ ତହସିଲଦାରମାନଙ୍କୁ କୁହାଯାଇଛି । ଆବେଦନ ଆସିଥିବା ଗ୍ରାମକଣ୍ଠକ କେସ ଗୁଡିକ ଫଇସଲା କରି ହିତାଧିକାରୀଙ୍କୁ ପଟ୍ଟା ବଣ୍ଟନ କରିବାକୁ ତହସିଲଦାରମାନଙ୍କୁ ନିର୍ଦେଶ ଦିଆଯାଇଛି ।ବେ-ବନ୍ଦୋବସ୍ତ ଥିବା ଜମିକୁ ବନ୍ଦୋବସ୍ତ କରିବାକୁ ବୈଠକରେ କୁହାଯାଇଥିଲା । ସରକାରୀ ସ୍କୁଲ, କଲେଜ ଓ ଡିଗ୍ରୀ କଲେଜ ଏବଂ ଶିକ୍ଷାନୁଷ୍ଠାନ କୁ ଜମି ପଟ୍ଟା ପ୍ରଦାନ କରିବାକୁ କୁହାଯାଇଛି । ବିଭିନ୍ନ ବିଭାଗର ଲକ୍ଷ୍ୟ ଧାର୍ଯ୍ୟକୁ ପୂରଣ କରିବା ପାଇଁ କୁହାଯାଇଥିବା ବେଳେ ସମୟସୀମା ମଧ୍ୟରେ ଲକ୍ଷ୍ୟ ହାସଲ କରିବାକୁ କୁହାଯାଇଛି । ଗଞ୍ଜାମ ଓ ବ୍ରହ୍ମପୁର ଅବକାରୀ ଜିଲ୍ଲା ରେ ବେଆଇନ ମଦ କାରବାର,ଚୋରାଚାଲାଣ ରୋକିବାକୁ କୁହାଯାଇଛି, ଏନଫୋସମେଂଟ ଟିମ ଗଠନ କରି ଚଢାଉକୁ ଜୋରଦାର କରିବାକୁ କୁହାଯାଇଛି । ସେହିପରି ସଡକ ଦୃର୍ଘଟଣା ସଂଖ୍ୟା ହ୍ରାସ ପାଇଁ ଆରଟିଓ ଙ୍କ ପକ୍ଷରୁ ହେଲମେଟ ଚେକିଂ ସହିତ ଅଧିକରୁ ଅଧିକ ଏନଫୋସମେଂଟ କରିବାକୁ କୁହାଯାଇଥିଲା । ବିଶେଷକରି ଜାତୀୟ ରାଜପଥ, ସହରାଚଂଳ,ସ୍କୁଲ ବସ ଆଦି ସ୍ଥାନରେ କଡାକଡି ଚେକିଂ ପାଇଁ ଆରଟିଓ ଙ୍କୁ କୁହାଯାଇଛି । ମାପ ଓ ଓଜନ ବିଭାଗ କୁ ମଧ୍ୟ ଚଢାଉ କରିବାକୁ ନିର୍ଦେଶ ଦିଆଯାଇଛି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାପାଳ (ରାଜସ୍ୱ ) ସୁଧାଂଶୁ କୁମାର ଭୋଇ, ବ୍ରହ୍ମପୁର ଉପଜିଲାପାଳ ଧୀନା ଦସ୍ତାଗିର, ଛତ୍ରପୁର ଉପଜିଲାପାଳ ଶିବା ଶିଷ ବରାଳ ଙ୍କ ସମେତ ସମସ୍ତ ତହସିଲଦାର ଓ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

nis-ad
Leave A Reply

Your email address will not be published.