୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି

add-all

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ ପ୍ରଧାନଙ୍କୁ ସଭାପତି ଭାବେ ନାମ ଘୋଷଣା କରିଛି।
ସେହିପରି ଝାରସୁଗୁଡ଼ା ପାଇଁ ରଘୁନନ୍ଦନ ପଣ୍ଡା, କନ୍ଧମାଳ ପାଇଁ ପଣ୍ଡିତ କୁମାର ବିସ୍‌ମାଝୀ, ଖୋର୍ଦ୍ଧା ପାଇଁ ବିଶ୍ବରଞ୍ଜନ ବଡ଼ଜେନା, କୋରାପୁଟ ପାଇଁ ଶିବ ମୁଦୁଲି ଓ ନୟାଗଡ଼ ପାଇଁ ତାପସ ରଞ୍ଜନ ମାର୍ଥାଙ୍କୁ ବିଜେପି ଜିଲ୍ଲା ସଭାପତି କରିଛି।
ସୂଚନାଯୋଗ୍ୟ, ଗତ ୧୩ ତାରିଖ ଦିନ ଓଡ଼ିଶା ବିଜେପିର କୋର କମିଟି ବୈଠକ ହୋଇଥିଲା। ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଯୋଗ ଦେଇଥିଲେ। ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ସାଂସଦ ପ୍ରତାପ ଷଡ଼ଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟମାନେ ମଧ୍ୟ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.