ପରବେଶ ବର୍ମା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

add-all

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଏଥିସହିତ ଦଳ ପରବେଶ ବର୍ମାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଛି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ହରାଇବା ପରେ ଆଲୋଚନା ହେଉଥିଲା ଯେ, ତାଙ୍କୁ ଦଳ ମୁଖ୍ୟମନ୍ତ୍ରୀ କରିପାରେ। କିନ୍ତୁ ଏହା ହୋଇନାହିଁ, ତାଙ୍କୁ ଏବେ ରେଖା ଗୁପ୍ତାଙ୍କ ଅଧୀନରେ କାମ କରିବାକୁ ହେବ।

ଦଳ ଦିଲ୍ଲୀରେ ଦୀର୍ଘ ୨୬ ବର୍ଷ ପରେ କ୍ଷମତାକୁ ଫେରିଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ କଳ୍ପନାଜଳ୍ପନାକୁ ପଛରେ ପକାଇ, ଭାଜପା ଜଣେ ମହିଳା ମୁହଁ ଉପରେ ବାଜି ଲଗାଇଛି ଏବଂ ବୈଶ୍ୟ ସମ୍ପ୍ରଦାୟରୁ ଆସିଥିବା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଗୁରୁବାର ସେ ରାମଲୀଳା ମଇଦାନରେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ।

ad-week
Leave A Reply

Your email address will not be published.