KIIT କାଣ୍ଡ ପ୍ରତିବାଦରେ ପୋଲିସ-ବଜରଙ୍ଗ କର୍ମୀ ଧସ୍ତାଧସ୍ତି

add-all

ଭୁବନେଶ୍ୱର,୨୦।୨: KIIT କ୍ୟାମ୍ପସ୍‌ରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିିବାଦରେ KIIT ଗେଟ୍‌ ସମ୍ମୁଖରେ ଗୁରୁବାର ସନ୍ଧ୍ୟାରେ ବଜରଙ୍ଗ ଦଳର କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କର୍ମୀମାନେ ‘ଛାତ୍ରୀଛାତ୍ରଙ୍କ ଉପରେ ଗୁଣ୍ଡାରାଜ ଚଳିବ ନାହିଁ’ ଲେଖାଥିବା ପ୍ଲାକାର୍ଡ ଦେଖାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଏପରିକି ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୋଧରେ ନାରାବାଜି କରିଛନ୍ତି। ଏହି ପରିପ୍ରେକ୍ଷୀରେ ବଜରଙ୍ଗ କର୍ମୀ ଏବଂ ପୋଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ସହ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।

ଅନ୍ୟପକ୍ଷେ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଏହି ନିର୍ଦ୍ଦେଶ ଜାରି କରାଯାଇଛି। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ଉପସ୍ଥିତ ରହିବାକୁ କୁହାଯାଇଛି।

ସୂଚନାଯୋଗ୍ୟ, KIIT ବିଶ୍ୱବିଦ୍ୟାଳୟରେ ପୁରୁଷବନ୍ଧୁଙ୍କ ନିର୍ଯାତନା ସହି ନ ପାରି ଜଣେ ନେପାଳୀ ଇଞ୍ଜିନିୟରିଂ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ମୃତା ଛାତ୍ରୀ ହେଲେ ବି.ଟେକ୍‌ ତୃତୀୟ ବର୍ଷ (କମ୍ପ୍ୟୁଟର ସାଇନ୍ସ)ର ପ୍ରକ୍ରିତି ଲାମ୍‌ସଲ (୨୦)। ପ୍ରକ୍ରିତି ବିଶ୍ୱବିଦ୍ୟାଳୟ କ୍ୟାମ୍ପସ୍‌ସ୍ଥିତ ହଷ୍ଟେଲ ‘କ୍ୟୁସି୪’ର ରୁମ ନଂ.୪ଏ୧୨୫ରେ ରବିବାର ଅପରାହ୍ନରେ ଫ୍ୟାନରେ ଓଢ଼ଣିରେ ଝୁଲି ଆଖି ବୁଜିଥିଲେ।

ତେବେ ଏହି ଘଟଣାକୁ କେନ୍ଦ୍ର କରି କ୍ୟାମ୍ପସ ଅଶାନ୍ତ ହୋଇଥିବା ଘଟଣାକୁ ନେଇ ଦେଶବ୍ୟାପୀ ଉଦ୍‌ବେଗ ପ୍ରକାଶ ପାଇଛି। ଅନ୍ୟପକ୍ଷରେ ଏହି ଘଟଣାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଚପାଇ ଦେବାକୁ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି।

ଅନ୍ୟପକ୍ଷେ ଅଭିଯୁକ୍ତ ଆଦଭିକ ରାଜ୍ୟ ବାହାରକୁ ଖସି ପଳାଉଥିବା ବେଳେ ପୋଲିସ ଟିମ୍‌ ତାଙ୍କୁ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଗିରଫ କରିଛି। ପରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ସେଠାରୁ ତାଙ୍କୁ ବିଚାବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଆଦଭିକଙ୍କ ଘର ଲକ୍ଷ୍ନୌରେ ହୋଇଥିବା ବେଳେ ସେ ନନ୍ଦନକାନନ ଥାନା ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟରେ ରହୁଥିଲେ। ତାଙ୍କ ପାଖରୁ ମୋବାଇଲ ଫୋନ୍‌ ଲାପ୍‌ଟପ ଜବତ କରାଯାଇଛି।

ad-week
Leave A Reply

Your email address will not be published.