କୁକୁଡାଖଣ୍ଡି : କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଲାଞ୍ଜିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ନମିତା କୁମାରୀ ମହାରଣାଙ୍କ ସଭାପତିତ୍ବରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ଼ ସେବା ସମବାୟ ସମିତିର ସଭାପତି କାହ୍ନୁ ଚରଣ ପାତ୍ର ସମ୍ମାନୀତ ଅତିଥି ରୁପେ ଲାଞ୍ଜିଆ ସରପଞ୍ଚ ଅନିଲ କୁମାର ଗୌଡ଼ ମୁଖ୍ୟବକ୍ତା ସି ଆର ସି ସି ଦୁଷ୍ମନ୍ତ କୁମାର ପଟ୍ଟନାୟକ , ସାରଥୀ ପାତ୍ର ଅନ୍ୟତମ ଅତିଥି ଦକ୍ଷିଣପୁର ପ୍ରଧାନ ଶିକ୍ଷୟତ୍ରୀ ଏ ପୁଷ୍ପଲତା ,ପଦରବାଲି ପ୍ରଧାନ ଶିକ୍ଷୟତ୍ରୀ ଅଳକା ମିଶ୍ର, ବାଳକୃଷ୍ଣପୁର ପ୍ରଧାନ ଶିକ୍ଷୟତ୍ରୀ ଶଶିରେଖା ମଲ୍ଲିକ , ବାଘଝରୀ ପ୍ରଧାନ

ଶିକ୍ଷୟତ୍ରୀ ସରସ୍ଵତୀ ଆଚାରୀ , ବିରିବାଡିଆ ପ୍ରଧାନ ଶିକ୍ଷୟତ୍ରୀ ବି ସଙ୍ଗୀତ ପାତ୍ର , ଭଗବାନ ପୂର ପ୍ରଧାନ ଶିକ୍ଷୟତ୍ରୀ କନକ ଲତା ମହାନ୍ତି , ତଳ କୁମ୍ଭଝରି ପ୍ରଧାନ ଶିକ୍ଷୟତ୍ରୀ ସୁଶ୍ରୀ ସଙ୍ଗୀତା ପାତ୍ର , ଲାଠି ବାଳକ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ସରିତା ଦାସ ଏବଂ ଅବସର ପ୍ରାପ୍ତ ଶିକ୍ଷକ ଶ୍ୟାମଘନ ସାହୁ ଯୋଗଦେଇ ଭଗବାନଙ୍କ ନିକଟରେ ଦୀପ ପ୍ରଜ୍ଜ୍ୱଳନ କରି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ଛାତ୍ରୀ ମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା । ଅତିଥି ମାନେ ନିଜ ନିଜର ବକ୍ତବ୍ୟ ପ୍ରଦାନ କରିବା ସହିତ ଛାତ୍ରଛାତ୍ରୀ ମାନଙ୍କ ଉଜ୍ଜଳ ଭବିଷ୍ୟତ କାମନା କରିଥିଲେ । କୃତି ଛାତ୍ରଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କାର ପ୍ରଦାନ କରାଯାଇଥିଲା । ପ୍ରଧାନ ଶିକ୍ଷୟତ୍ରୀ ନମିତା କୁମାରୀ ମହାରଣା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟତ୍ରୀ ନମିତା ପଟ୍ଟନାୟକ, ରଞ୍ଜିତା ପ୍ରଧାନ , ସରସ୍ଵତୀ ସାବତ , ଝୁନୁ ଗୌଡ଼ , ରଶ୍ମିତା ମହାଙ୍କୁଡ଼ ଓ ରୁଚିଶ୍ରୀ ଦେବୀ ମଞ୍ଚ ପରିଚାଳନା କରିଥିଲେ । ଏହି କାର୍ଯ୍ୟକ୍ରମରେ ବି ଇ ଓ କାର୍ଯ୍ୟାଳୟର ବରିଷ୍ଠ କିରାଣି ଦମ୍ବୁରୁ ଦୋରା ଓ ଭବାନୀ ପଟ୍ଟନାୟକ ଯୋଗଦାନ କରିଥିଲେ । ଶେଷରେ ଶିକ୍ଷୟତ୍ରୀ ରଞ୍ଜୁଲତା ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।
ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଦାମୋଦର ପୁଝାରୀ କାର୍ଯ୍ୟକ୍ରମରେ ସହଯୋଗ କରିବା ସହିତ ପରିଚାଳନା କମିଟିର ସମସ୍ତ ସଦସ୍ୟ ଓ ସଦସ୍ୟା ଏବଂ ସମସ୍ତ ପାଚିକା କାର୍ଯ୍ୟକ୍ରମକୁ ସୁଚାରୁ ରୂପେ ସମ୍ପାଦନା କରିଥିଲେ ।
