ଟ୍ରକକୁ ପଛରୁ ପିଟିଲା କାର୍, ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି

ଭୁବନେଶ୍ୱର: ଖୋର୍ଦ୍ଧା ପୀତାପଲ୍ଲୀ ଛକରେ ମର୍ମନ୍ତୁଦ ଦୁର୍ଘଟଣା। କାର୍ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି। ଇନଫୋଭ୍ୟାଲି ଥାନା ପୀତାପଲ୍ଲୀ ଛକରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ କାର୍‌ରେ ଥିବା ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ।

ମେଡିକାଲରେ ଚିକିତ୍ସାଧିନ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସମସ୍ତ ମୃତାହତ ପୁରୀ ଚନ୍ଦନପୁର ଅଞ୍ଚଳର ସୂଚନା ମିଳିଛି। ସୂଚନା ଅନୁସାରେ ଆଜି ସକାଳୁ ଏକ କାର୍ ଦ୍ରୁତ ଗତିରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣଙ୍କର ମୃତ୍ୟୁ ଘଟିଛି।

ଜଣେ ଗୁରୁତରଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ମେଡିକାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏହି ଘଟଣା ସମ୍ପର୍କରେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

nis-ad
Leave A Reply

Your email address will not be published.