ନନ୍ଦାହାଣ୍ଡି ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ…

Independence

ନବରଙ୍ଗପୁର ତା୨୪.୦୨.୨୦୨୫: ନନ୍ଦାହାଣ୍ଡି ବ୍ଲକ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧିକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ , ବ୍ଲକ ଅଧ୍ୟକ୍ଷା ରଶ୍ମିତା ମାଝୀ ଙ୍କ ସମେତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ,୨୬ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୯ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।

ad-week
Leave A Reply

Your email address will not be published.