ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ…

add-all


ବାଲିଗୁଡା, ତା, ୨୮/୦୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି l ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସିମନ ଦିଗାଳ ଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୋଖରୀବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ପଦ୍ମଲୋଚନ ପଣ୍ଡା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ସେବା ନିବୃତ ଶିକ୍ଷକ ବଂଶୀଧର ପଣ୍ଡା, ରଞ୍ଜନ କୁମାର ଦୋରା, ଜଗଦୀଶ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ l ପ୍ରଧାନ ଶିକ୍ଷକ ଶିଶିର କାନ୍ତ ପଣ୍ଡା ଅତିଥି ମାନଙ୍କର ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପଠନ କରିଥିଲେ l ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା l ଶେଷରେ ପ୍ରଧାନଶିକ୍ଷକ ଶ୍ରୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ l

ad-week
Leave A Reply

Your email address will not be published.