ପାଚିକା ଓ ସହାୟିକାଙ୍କ ପାରିତୋଷିକ ୩ ହଜାରକୁ ବୃଦ୍ଧି…

add-all

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନସ୍ଥ କାର୍ଯ୍ୟରତ ପାଚିକା ତଥା ସହାୟିକାଙ୍କ ମାସିକ ପାରିତୋଷିକ ୨ ହଜାର ଟଙ୍କାରୁ ୩ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଆସନ୍ତା ଏପ୍ରିଲ ୧ ତାରିଖରୁ ଏହି ବର୍ଦ୍ଧିତ ପାରିତୋଷିକ ଲାଗୁ ହେବ।

ଉକ୍ତ ଅନୁଦାନ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ପାଇଁ ଉଦ୍ଦିଷ୍ଟ ବଜେଟର ରାଜ୍ୟ ସମର୍ଥନରୁ ବହନ କରାଯିବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସଂଗ୍ରାମ ମହାପାତ୍ର ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣର ରାଜ୍ୟ ଭାରପ୍ରାପ୍ତ ଅଧିକାରୀଙ୍କୁ ପତ୍ର ମାଧ୍ୟମରେ ଅବଗତ କରିଛନ୍ତି।

ଏହା ଦ୍ବାରା ରାଜ୍ୟରେ କାର୍ଯ୍ୟରତ ଥିବା ୧,୧୨,୦୯୦ ଜଣ ପାଚକ, ପାଚିକା ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୧୧୨ କୋଟି ୯ ଲକ୍ଷ ଟଙ୍କା ବ୍ୟୟ କରିବେ। ଏହି ପାଚକ, ପାଚିକାମାନେ ପ୍ରଥମ ଶ୍ରେଣୀରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ରାଜ୍ୟର ୫୦ ହଜାର ୬୧୮ଟି ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୪୨.୪୫ ଲକ୍ଷ ଛାତ୍ରଛାତ୍ରୀଙ୍କୁ ରନ୍ଧା ଖାଦ୍ୟ ପରିବେଷଣ କରୁଥିବା ନେଇ ସୂଚନା ରହିଛି।

ad-week
Leave A Reply

Your email address will not be published.