ବିଦ୍ୟାଳୟ ପୁରସ୍କାର ବିତରଣ ଓ ବାର୍ଷିକ ଉତ୍ସବ…

add-all


ହିଞ୍ଜିଳିକାଟୁ, ୧।୩: ହିଞ୍ଜିଳିକାଟୁ ପୈାରାଞ୍ଚଳ ଥାନାତୋଟା ସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ପୁରସ୍କାର ବିତରଣ ଓ ବାର୍ଷିକ ଉତ୍ସବ ଶନିବାର ସନ୍ଧ୍ୟାରେ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦିଲ୍ଲିପ କୁମାର ବୈଠାରୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଗୋଦରାପଲ୍ଲୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ପରିଡା ଯୋଗଦେଇ ଆନୁଷ୍ଠାନିକ ଭାବେ ଶୁଭ ଉଦଘାଟନ କରିଥିଲେ। ମୁଖ୍ୟ ବକ୍ତା ଭାବେ ଆଙ୍କୋରଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରିନା ପଣ୍ଡା ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ପୋଡିଙ୍ଗି ବାଳିକା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ସଙ୍ଗୀତା ପାଣିଗ୍ରାହୀ, ଯୁବ କାଉନସିଲର ଅମୁଲ୍ୟ ସାହୁ, ସିଆରସିସି ଅଖିଳ କୁମାର ପଣ୍ଡା ପ୍ରମୁଖ ମଞ୍ଚାସିନ ଥିଲେ।‌ ପ୍ରଧାନ ଶିକ୍ଷୟିତ୍ରୀ ଗିତାରାଣୀ ମହାରଣା ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଶିକ୍ଷୟିତ୍ରୀ କଳ୍ପନା ପ୍ରଧାନ ଅତିଥି ପରିଚୟ ପ୍ରଦାନ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ପରିଶେଷରେ ଶିକ୍ଷାର୍ଥୀ ମାନଙ୍କ ଦ୍ବାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଶିକ୍ଷୟିତ୍ରୀ ରଶ୍ମିତା କୁମାରୀ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଶିକ୍ଷକ ରଜନୀକାନ୍ତ ସାହୁ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଆୟୋଜିତ ଉତ୍ସବରେ ବହୁ ଅଭିଭାବକ, ଅଭିଭାବିକା ଓ ବହୁ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।

ad-week
Leave A Reply

Your email address will not be published.