ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

add-all

ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍‌ର ଟାର୍ଗେଟ୍‌ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୨୦୫ ରନ୍‌ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଶେଷ ଲିଗ୍ ମ୍ୟାଚ୍‌ରେ ମୁହାଁମୁହିଁ ହୋଇଥିଲେ ଦୁଇ ଶକ୍ତିଶାଳୀ ଦଳ ଭାରତ ଓ ନ୍ୟୁଜିଲାଣ୍ଡ। 

ପ୍ରଥମେ ବ୍ୟାଟିଂ କରିଥିବା ଭାରତ ମ୍ୟାଟ ହେନରୀଙ୍କ ଶାଣିତ ବୋଲିଂର ଉଚିତ୍ ମୁକାବିଲା କରି ନ ପାରି ୯ ଓ୍ଵିକେଟ୍ ହରାଇ ୨୪୯ ରନ କରିଥିଲା ଭାରତ। ଶ୍ରେୟସ ଆୟର ୭୯ ରନର ଗୁରୁତ୍ଵପୂର୍ଣ୍ଣ ଇନିଂସ ଖେଳିଥିବା ବେଳେ ହାର୍ଦ୍ଦିକ ପାଣ୍ଡ୍ୟା  ଉପଯୋଗୀ ୪୫ ରନ କରିଛନ୍ତି। ପଏଣ୍ଟ ଟେବୁଲର ଶୀର୍ଷରେ ରହିବା ପାଇଁ ନ୍ୟୁଜିଲାଣ୍ଡ ସମ୍ମୁଖରେ ରହିଛି ୨୫୦ ରନର ବିଜୟ ଲକ୍ଷ୍ୟ ରହିଛି। ବୋଲିଂରେ ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ ହେନରୀ ୪୨ ରନ ଦେଇ ୫ ସଫଳତା ପାଇଛନ୍ତି। 

ଏହି ମ୍ୟାଚରେ ନ୍ୟୁଜିଲାଣ୍ଡ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଆରମ୍ଭରୁ ହିଁ ନିଜର ତାରକା ବ୍ୟାଟ୍ସମ୍ୟାନଙ୍କୁ ହରାଇ ସଂକଟରେ ପଡ଼ିଥିଲା । ରୋହିତ ଶର୍ମା ୧୫, ଶୁଭମନ ଗିଲ୍ ୨ ଓ ବିରାଟ କୋହଲି ୧୧ ରନ କରି ଆଉଟ ହେବା ପରେ ଭାରତର ସ୍କୋର ୩୦/୩ ହୋଇଯାଇଥିଲା । ତେବେ ଶ୍ରେୟସ ଆୟର ଓ ଅକ୍ଷର ପଟେଲଙ୍କ ମଧ୍ୟରେ ଏକ ଭଲ ପାର୍ଟନରସିପ୍ ଦେଖାଯାଇଥିଲା । ଆୟର ୭୯ ରନ ଓ ଅକ୍ଷର ୪୨ ରନ କରି ଦଳକୁ ସଂକଟରୁ ଉଦ୍ଧାର କରିଥିଲେ । ସେହିପରି କେଏଲ ରାହୁଲ ୨୩ ରନ ଓ ହାର୍ଦ୍ଦିକ ପାଣ୍ଡ୍ୟା ୪୫ ରନ କରିଥିଲେ । ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୯ ଓ୍ବିକେଟ ହରାଇ ୨୪୯ ରନ କରିଥିଲା । ନ୍ୟୁଜିଲାଣ୍ଡ ପକ୍ଷରୁ ମ୍ୟାଟ୍ ହେନରୀ ଘାତକ ବୋଲିଂର ପ୍ରଦର୍ଶନ କରିବା ସହ ୫ଟି ଓ୍ବିକେଟ ନେଇଥିଲେ । ସେହିପରି ରାଚିନ ରବୀନ୍ଦ୍ର, ଓ୍ବିଲିୟମ ଓରୁରକି, ମିଚେଲ ସାଣ୍ଟନର, କାଇଲ୍ ଜେମସନ ଗୋଟିଏ ଲେଖାଏଁ ଓ୍ବିକେଟ ନେଇଥିଲେ । 

ad-week
Leave A Reply

Your email address will not be published.