ଛତ୍ରପୁର, : ବିଜୁ ଜନତା ଦଳ ଛତ୍ରପୁର ନିର୍ବାଚନ ମଣ୍ଡଳୀ ପକ୍ଷରୁ ମହାନ ଜନନାୟକ ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳନ କରାଯାଇଛି । ସ୍ଥାନୀୟ ଲୋୟର ବସଷ୍ଟାଣ୍ଡସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତା ଓ କର୍ମୀ ମାନେ ପୁଷ୍ପମାଲ୍ୟ ଅର୍ପଣ କରି ପ୍ରବାଦ ପୁରୁଷଙ୍କ ଜୀବନ ଧାରା ଉପରେ ସ୍ମୃତିଚାରଣ କରାଯାଇଥିଲା । ଏଥିରେ ପୂର୍ବତନ ବିଧାୟକ ସୁବାସ ଚନ୍ଦ୍ର ବେହେରା, ନିର୍ବାଚନ ମଣ୍ଡଳୀର ଯୁବ ନେତା ପ୍ରଶାନ୍ତ କୁମାର କର, ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି. ପାପା ରାଓ, ଜିଲ୍ଲା ଉପସଭାପତି ଶଙ୍କର ପ୍ରସାଦ ଦାଶ, ଛତ୍ରପୁର ନଗର ସଭାପତି ବି. ରାଜିବାବୁ,ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ଯୁବ ବିଜେଡି ଛତ୍ରପୁର ଏନଏସି ସଭାପତି ଟି. ଚନ୍ଦ୍ର ଶେଖର ରାଓ, ଛତ୍ରପୁର ବ୍ଲକ ବିଜେଡି ସଭାପତି ପ୍ରବାସୀ ପ୍ରଧାନ, ଯୁବ ବିଜେଡି ବ୍ଲକ ସଭାପତି କାଳିଆ ନାହାକ, ଉପସଭାପତି କାଁହୁ ଚରଣ ବେହେରା,ଛତ୍ରପୁର ଏନଏସି ର କାଉନସିଲର ଦେବାଶିଷ ମିଶ୍ର,ପ୍ରିତିଛନ୍ଦା ସାମଲ,ସନ୍ତୋଷୀ ସେଠୀ, ବି. ନିଶ୍ଚଳାସ୍ୱାମୀ , ମାମା ସେଠି, ଡି. ଇନ୍ଦୁ, କେ. ରମେଶ, ଯୁବ ବିଜେଡି ଜିଲ୍ଲା ସଭାପତି ଭବାନୀ କାନ୍ତ ସାହୁ, ବିଜୁ ଛାତ୍ର ଜନତା ଦଳର ଜିଲ୍ଲା ସଭାପତି ପ୍ରଶାନ୍ତ କୁମାର ପଣ୍ଡା, ରାଜେଶ ମହାରଣା,୧୯ନଂ ଜିଲ୍ଲା ପରିଷଦ ସଭ୍ୟା ରଶ୍ମିତା ନାହାକ,

ଵିପୁଲିଙ୍ଗି ସରପଞ୍ଚ ହିନା ସେଠି, ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ଏସ. ସଂଜୀବ ରେଡ୍ଡୀ, ସମିତି ସଭ୍ୟ ଏସ. ଚକ୍ରପାଣି ରେଡ୍ଡୀ, ଅକ୍ଷୟ ନାହାକ, ଅଭିରାମ ପ୍ରଧାନ, କିଶୋର ବେହେରା,ପୂର୍ବତନ ସରପଞ୍ଚ ସୋମନାଥ ବେହେରା, ସୁରେନ୍ଦ୍ର ସେଠି,ସୁରେଶ ଦାଶ, ଲକ୍ଷ୍ମଣ ସେଠି, ପୋଟଲାମପୁର ସମିତି ସଭ୍ୟ ଶମ୍ଭୁ ନାଥ ସ୍ୱାଇଁ ଙ୍କ ସମେତ ଛତ୍ରପୁର ନିର୍ବାଚନ ମଣ୍ଡଳୀର ବହୁ ଦଳୀୟ ନେତା ଓ କର୍ମୀମାନେ ଉପସ୍ଥିତ ରହି ଆଜି ଓଡିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜୟନ୍ତୀ । ସେ ଥିଲେ ଓଡିଆଙ୍କ ଗର୍ବ ଏବଂ ଗୌରବ । ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି । ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ ବୋଲି ସେମାନେ କହିଥିଲେ ।
