ବିଜୁ ପଟ୍ଟନାୟକଙ୍କ ୧୦୯ ତମ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟର୍ପଣ କଲେ ନବୀନ ପଟ୍ଟନାୟକ

add-all

ଭୁବନେଶ୍ୱର : ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଆଜି ୧୦୯ ତମ ଜୟନ୍ତୀ । ଓଡ଼ିଆ ସ୍ୱାଭିମାନ ଓ ସଂକଳ୍ପର କିମ୍ବଦନ୍ତୀ ପୁରୁଷ ବିଜୁ ପଟ୍ଟନାୟକ । ଓଡିଆଙ୍କ ଗର୍ବ ଏବଂ ଗୌରବ। ନୂଆ ଓଡ଼ିଶା ଗଠନ କରିବାରେ ତାଙ୍କର ଥିଲା ପ୍ରମୁଖ ଭୂମିକା । ସାହସୀ ଓ ନିର୍ଭିକ ବ୍ୟକ୍ତିତ୍ବ ଭାବେ ପ୍ରତିଟି ଓଡ଼ିଆଙ୍କ ମନରେ ସେ ରହିଛନ୍ତି। ବିଜୁ ବାବୁ ଥିଲେ ଏକ ଅଦ୍ୱିତୀୟ ବ୍ୟକ୍ତିତ୍ୱ, ଏକ ମହାନ ଜନନାୟକ। ଏହି ଅବସରରେ ସାରା ରାଜ୍ୟରେ ପାଳନ ହେଉଛି ବିଜୁ ଜୟନ୍ତୀ । ଭୁବନେଶ୍ବର ଫରେଷ୍ଟପାର୍କରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କରି ସ୍ମୃତିଚାରଣ କରିଛନ୍ତି ନବୀନ ପଟ୍ଟନାୟକ। ନବୀନଙ୍କ ସମେତ ବିଜେଡି ବହୁ ବରିଷ୍ଠ ନେତା ଓ ଭୁବନେଶ୍ୱର ମେୟର ମଧ୍ୟ ଉପସ୍ଥିତ ଥିଲେ।

ଅନ୍ୟପଟେ ବିଜେଡି ନେତା ସଞ୍ଜୟ ଦାସ ବର୍ମା ଆଜି କହିଛନ୍ତି ଯେ ଆଜି ଆୟୋଜିତ ହେଉଥିବା ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ତାଙ୍କୁ ଦିଆଯାଇଥିବା ନିମନ୍ତ୍ରଣ ପତ୍ର ନବୀନ ନିବାସରେ ପହଞ୍ଚିବା ପୂର୍ବରୁ ସୋସିଆଲ ମିଡ଼ିଆରେ କେମିତି ବୁଲିଲା ବୋଲି ପ୍ରଶ୍ନ କରିଛନ୍ତି । ଏଥିସହିତ ମାହାଙ୍ଗାରେ ଯେଉଁ ଭଳି ଭାବେ ବିଜୁ ବାବୁଙ୍କ ପ୍ରତି ମୂର୍ତ୍ତିର ମୁଣ୍ଡକୁ ଅଲଗା କରାଗଲା ଏବଂ ବିଜୁ ବାବୁ ଭଳି ପ୍ରବାଦ ପୁରୁଷଙ୍କୁ ନେଇ ରାଜନୀତି କରାଗଲା ଏହା ଅତ୍ୟନ୍ତ ନିନ୍ଦନୀୟ ଘଟଣା ବୋଲି ବିଜେଡି ରାଜ୍ୟସଭା ସାଂସଦ ସୁଳତା ଦେଓ କହିଛନ୍ତି ।

ad-week
Leave A Reply

Your email address will not be published.