ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

add-all

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି। ଦାବି ପୁରାଣ ନ ହେଲେ ଆନ୍ଦୋଳନ ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି।

ମଧ୍ୟାହ୍ନ ଭୋଜନ,  ଶିକ୍ଷା ବିକାଶ ଭଳି ଗୁରୁତ୍ବପୂର୍ଣ ଭିତ୍ତିଭୂମିରେ ଦୀର୍ଘ ବର୍ଷ କାର୍ଯ୍ୟକରି ପାଚିକା ମହାସଂଘ ଆସୁଛନ୍ତି । କିନ୍ତୁ ଏଯାଏଁ ସରକାରଙ୍କ ଦ୍ବାରା ପ୍ରଦତ୍ତ ପାରିଶ୍ରମିକ ଦୈନିକ ଶହେ ଟଙ୍କା ପଡୁଛି । ବାସ୍ତବରେ ଉକ୍ତ ପାରିଶ୍ରମିକ ମାଆ ମାନଙ୍କର ଭୋକ ମେଣ୍ଟାଇବାରେ ସହାୟକ ହେଉନାହିଁ । ଏଣୁ ସରକାର ଘୋଷଣା କରିଥବା ପାରିଶ୍ରମିକ ପୁନଃ ବିଚାର କରି ମାସିକ ୩ ହଜାର ଟଙ୍କା ବଦଳରେ ଦୈନିକ ସର୍ବନିମ୍ନ ମଜୁରୀ ୪୫୨ ଟଙ୍କା ହିସାବରେ ମାସିକ ୧୩୫୬୦ ଟଙ୍କା ଦେବାକୁ ଦାବି କରିଛନ୍ତି।

ad-week
Leave A Reply

Your email address will not be published.