ରଥଯାତ୍ରାକୁ ମିଳିବ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା, ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ

add-all

ପୁରୀ: ରଥଯାତ୍ରାକୁ ବିଶ୍ବ ସାଂସ୍କୃତିକ ଐତିହ୍ୟ ମାନ୍ୟତା ନେଇ ଆରମ୍ଭ ହୋଇଛି ପ୍ରକ୍ରିୟା। ୟୁନେସ୍କୋ ଦ୍ବାରା ମାନ୍ୟତା ନେଇ ପ୍ରକ୍ରିୟା ଆରମ୍ଭ କଲା ଶ୍ରୀମନ୍ଦିର ପ୍ରଶାସନ। ଏନେଇ ଖୁବ୍‌ଶୀଘ୍ର ନାମାଙ୍କନପତ୍ର ଦାଖଲ କରାଯିବ।

ନିକଟରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ଦିଲ୍ଲୀ ଗସ୍ତ ଅବସରରେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନଙ୍କ ସହିତ ଏନେଇ ଆଲୋଚନା କରିଥିଲେ । ରଥଯାତ୍ରା ଭଳି ମହାର୍ଘ୍ୟ ବୈଶ୍ୱିକ ଯାତ୍ରାର ମହାନତା ଉପଲବ୍ଧି କରି କର୍ତ୍ତୃପକ୍ଷ ଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବେ ବୋଲି ପ୍ରଶାସନ ଆଶା ରଖିଥିବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

ad-week
Leave A Reply

Your email address will not be published.