ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ

add-all

ଭୁବନେଶ୍ୱର,୧୨ା୩: ହୋଲି ପାଇଁ ଗାଇଡ୍‌ଲାଇନ୍‌ ଜାରି କଲା କମିଶନରେଟ୍‌ ପୋଲିସ। ମଦ ପିଇ ହୋଲି ଖେଳିଲେ ବନ୍ଧା ହେବେ ବୋଲି ପ୍ରେସ୍‌ମିଟ୍‌ କରି କହିଛନ୍ତି ଭୁବନେଶ୍ବର ଡିସିପି ଜଗମୋହନ ମୀନା। ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ କଟକଣା ଲଗାଇଛି ପୋଲିସ। ହୋଲି ଦିନ ସହରରେ ୨୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ସବୁ ଗାଧୁଆ ଘାଟରେ ପୋଲିସ ସହ ଅଗ୍ନିଶମ କର୍ମଚାରୀ ରହିବେ। ରାସ୍ତା ଉପରେ ହୋଲି ଖେଳି ଗହଳି କଲେ ମଦୁଆଙ୍କୁ ପିସିଆର ଉଠାଇ ନେବ। ଏଥିସହିତ କେମିକାଲ ରଙ୍ଗରେ ହୋଲି ନ ଖେଳି କେବଳ ହର୍ବାଲ ରଙ୍ଗରେ ହୋଲି ଖେଳିବାକୁ ଅନୁମତି ଦେଇଛି କମିଶନରେଟ୍‌ ପୋଲିସ।

ad-week
Leave A Reply

Your email address will not be published.