୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

add-all

ଭୁବନେଶ୍ୱର: ୨ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀଙ୍କର ଦିଲ୍ଲୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ଅବସରରେ କେନ୍ଦ୍ରମନ୍ତ୍ରୀଙ୍କୁ ଭେଟିପାରନ୍ତି ମୁଖ୍ୟମନ୍ତ୍ରୀ।

ଶନିବାରଠାରୁ ଦୁଇଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ରବିବାର ସନ୍ଧ୍ୟାରେ ଭୁବନେଶ୍ୱର ଫେରିବେ ବୋଲି ସୂତ୍ରରୁ ଜଣାପଡିଛି। ଏହି ଗସ୍ତରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ହେବାକୁ ଥିବା ସରକାରୀ ଏବଂ ବେସରକାରୀ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ଏହାସହିତ କେନ୍ଦ୍ରମନ୍ତ୍ରୀଙ୍କ ମଧ୍ୟ ଭେଟିପାରନ୍ତି ବୋଲି କୁହାଯାଉଛି।

ସୂଚନା ଥାଉ କି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଭୁବନେଶ୍ୱରରେ ଡିଜିପି ୱାଇ ବି ଖୁରାନିଆଙ୍କ ଉପସ୍ଥିତିରେ ବରିଷ୍ଠ ଆଇପିଏସ ଅଧିକାରୀଙ୍କ ସହ ହୋଲି ପାଳନ କରିଛନ୍ତି। ସହରର ୟୁନିଟ୍ ୫ ଅଞ୍ଚଳରେ ଥିବା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହା ସହ ସେ ରାଜ୍ୟବାସୀଙ୍କୁ ରଙ୍ଗର ପର୍ବ ହୋଲି ପାଇଁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି।

ad-week
Leave A Reply

Your email address will not be published.