
ଭଞ୍ଜନଗର : ଭଞ୍ଜନଗରରେ ଜିଲ୍ଲା ସ୍ତରୀୟ ଦିବ୍ୟାଙ୍ଗ ଓ ସାଧାରଣ ଜନତାଙ୍କ ଜନ ସମାଧାନ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପ୍ରମୋଦ କୁମାର ପୃଷ୍ଟି,,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଶ୍ରୀ ରଞ୍ଜନ କୁମାର ଦେ ,ଭଞ୍ଜନଗର ଉପଜିଲ୍ଲାପାଳ ଶ୍ରୀ ଉମାଶଙ୍କର ବେହେରା , ଆଜିର ଏହି ଅଭିଯୋଗ ଶୁଣାଣିରେ ସମୁଦାୟ 146ଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ । ବ୍ୟକ୍ତିଗତ ଅଭିଯୋଗ 135ଟି ଥିବାବେଳେ ,ଗ୍ରାମୀୟ ଅଭିଯୋଗ 11ଟି ଥିଲା,ଅତିରିକ୍ତ ଜିଲ୍ଲାପାଳ ତ୍ୱରିତ 6ଟି ଅଭିଯାଗର ଫଇସଲା କରିଥିଲେ। ,ଏଂବ ଚାରି ଜଣ ଭିନ୍ନକ୍ଷମ ଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଥିଲା,ଏଂବ ତିନି ଜଣଂକୁ ରେଡ଼କ୍ରସ ପାଣ୍ଠିରୁ ତେରହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା,ଆଜିର ଅଭିଯୋଗ ସମୟରେ ,ଅଭିଯୋଗ ଗୁଡିକ ମୁଖ୍ୟତଃ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା,ଖାଉଟି କାର୍ଡ ବାର୍ଦ୍ଧକ୍ୟ ଭତ୍ତା, ଭୂମିହୀନ ଙ୍କ ପାଇଁ ବସୁନ୍ଧରା ଯୋଜନାରେ ଜାଗା ଆବଣ୍ଟନ ଉପରେମୁଖ୍ୟତଃ ଥିଲା, ଗ୍ରହଣ କରିଥିବା ଆବେଦନଗୁଡିକର ଶୁଣାଣି କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ପ୍ରେରଣ କରାଯାଇ ତୁରନ୍ତ ସମାଧାନ କରିବା ଦିଗରେ ଅତିରିକ୍ତ ଜିଲ୍ଲାପାଳ ସମ୍ପୃକ୍ତ ବିଭାଗ କୁ ନିର୍ଦେଶ ପ୍ରଦାନ କରିଥିଲେ। ଏହି ଅଭିଯୋଗ ଶୁଣାଣି ସମୟରେ,,ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷ ,ଉପଖଣ୍ଡ ସ୍ୱାସ୍ଥ୍ୟ ଅଧିକାରୀ ଡାକ୍ତର ସୀତାଂଶୁ ଶେଖର ଶତପଥୀ , ,ବେଲଗୁଣ୍ଠା ତହସିଲଦାର ଶ୍ରୀ କଳାକୃଷ୍ଣ ପ୍ରଧାନ, ଭଞ୍ଜନଗର ତହସିଲଦାର ଶ୍ରୀ ଅବିନାଶ ମହାର,ଭଞ୍ଜନଗର ବି,ଡି,ଓ ଶ୍ରୀ ପୁର୍ଣଚନ୍ଦ୍ର ପାଢ଼ୀ,ପୁତ୍ତ ବିଭାଗ ଏସ,ଡି,ଓ ଭଞ୍ଜନଗର ଶ୍ରୀ ପ୍ରତାପ ନାୟକ,,,ଭଞ୍ଜନଗର,ବିଜ୍ଞାପିତ ଅଞ୍ଚଳ ଭଞ୍ଜନଗର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ମୁରଲୀ କୃଷ୍ଣ ପଣ୍ଡା,, ,ଭଂଜନଗର ,, ସହାୟକ ଜିଲ୍ଲାପାଳ ଶ୍ରୀ ରାମଚନ୍ଦ୍ର ମହାପାତ୍ର ,,ଅତିରିକ୍ତ ଯୋଗାଣ ଅଧିକାରୀ ଅସିତ କୁମାର ମହାନ୍ତି ,ସାମାଜିକ ସୁରକ୍ଷା ଅଧିକାରୀ ଏସିଓ ଶବର,,ଭଞ୍ଜନଗର ଉପଖଣ୍ଡ ସୂଚନା ଲୋକ ସମ୍ପର୍କ ଅଧିକାରୀ ଶ୍ରୀ ଗୌରୀ ଶଙ୍କର ଶତପଥୀ ଏବଂ ପ୍ରତ୍ୟେକ ବିଭାଗର ଅଧିକାରୀମାନେ ଯୁଗ୍ମ ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ l