ରିମାଣ୍ଡରେ ଯିବେ ରାଜା ଚକ୍ର, କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ

add-all

ଭୁବନେଶ୍ୱର: ରିମାଣ୍ଡରେ ଯିବେ ରାଜା ଚକ୍ର। ୫ ଦିନ ରିମାଣ୍ଡରେ ନେବା ପାଇଁ କୋର୍ଟରେ ଆବେଦନ କଲା କ୍ରାଇମବ୍ରାଞ୍ଚର ଇଓଡବ୍ଲୁ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ଜେଲ୍‌ରେ ଅଛନ୍ତି ବିଜେଡି ନେତା ରାଜା।

ରିମାଣ୍ଡରେ ଆଣି ଇଓଡବ୍ଲୁ ଅଧିକ ପଚରାଉଚରା କରିବ। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି କୋ-ଅପରେଟିଭ ସୋସାଇଟର ଦୁର୍ନୀତି ମାମଲାରେ ଗିରଫ ହୋଇ ବାଲେଶ୍ଵର ଜେଲରେ ଅଛନ୍ତି ରାଜା ଚକ୍ର। ଗତ ୧୩ ତାରିଖରେ ରାଜା ଚକ୍ରକୁ ଗିରଫ କରିଥିଲା ଇଓଡବ୍ଲୁ ।

ସୂଚନା ଅନୁଯାୟୀ କୋର୍ଟରେ ହାଜର ହେବା ପରେ ୧୯ ତାରିଖ ଯାଏଁ ବିଚାର ବିଭାଗୀୟ ହାଜତକୁ ଯାଇଥିଲେ ବିଜେଡି ନେତା ରାଜା ଚକ୍ର। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଓ ଏଜେନ୍ସି ଦୁର୍ନୀତି ମାମଲାରେ ଗିରଫ ରାଜା ଚକ୍ରଙ୍କୁ ବାଲେଶ୍ବର ଓପିଆଇଡି କୋର୍ଟରେ ହାଜର କରାଯାଇଥିଲା। ହାଜର ପରେ ରିମାଣ୍ଡରେ ଆଣିବାକୁ ଆବେଦନ କରିଥିଲା ଇଓଡବ୍ଲୁ। ବେଶ କିଛି ବର୍ଷ ଧରି ବିଜେଡି ଛତ୍ର ଛାୟାରେ କଳାସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର।

ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା। ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ। ଏହାସହ ରାଜାଙ୍କୁ ମିଳିଥିବା ଅନ୍ତରୀଣ ସୁରକ୍ଷା ମଧ୍ୟ ହଟାଇ ଦେଇଥିଲେ ହାଇକୋର୍ଟ। ଗତକାଲି ରାଜା ଚକ୍ରଙ୍କୁ ଗିରଫ କରିଥିଲା କ୍ରାଇବ୍ରାଞ୍ଚର ସ୍ବତନ୍ତ୍ର ଶାଖା ଇଓଡବ୍ଲୁ।

ad-week
Leave A Reply

Your email address will not be published.