ଅପ୍ରେଲ୍‌ ୨ରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡ଼ି କେନ୍ଦ୍ର ଚାଲିବ: ରାଜସ୍ବ ମନ୍ତ୍ରୀ

add-all

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆସନ୍ତା ଅପ୍ରେଲ୍‌ ୨ରୁ ସକାଳୁଆ ପାଠ ପଢ଼ା ହେବ ବୋଲି କହିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଆସନ୍ତା ୨ ତାରିଖ ଠାରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡି କେନ୍ଦ୍ର ଚାଲିବ। ତାତି ବଢ଼ିଲେ ଅଙ୍ଗନବାଡି କେନ୍ଦ୍ର ଛୁଟି ସହିତ ଛୁଆଙ୍କ ପାଇଁ ଖାଦ୍ୟ ହୋମ୍ ଡେଲିଭରି କରାଯିବ। ଦିନ ୧୧ଟାରୁ ଅପରାହ୍‌ଣ ୩ଟା ଯାଏ ଶ୍ରମିକମାନଙ୍କ କାମ ବନ୍ଦ ରହିବ। ଖିଲାପ କଲେ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ।
ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଛନ୍ତି ଆସନ୍ତା ୨ ତାରିଖ ଠାରୁ ସକାଳ ୭ଟାରୁ ୯ଟା ଯାଏଁ ଅଙ୍ଗନବାଡି କେନ୍ଦ୍ର ଚାଲିବ।ତାତି ବଢ଼ିଲେ ଅଙ୍ଗନବାଡି କେନ୍ଦ୍ର ଛୁଟି ସହିତ ଛୁଆଙ୍କ ପାଇଁ ହୋମ୍ ଡେଲିଭର କରାଯିବ ଖାଦ୍ୟ।
ଶ୍ରୀ ପୂଜାରୀ କହିଛନ୍ତି ବନ୍ୟା ଓ ବାତ୍ୟା ଭଳି ଗ୍ରୀଷ୍ମ ପ୍ରବାହରେ ବି ଜିରୋ କାଜୁଆଲିଟି ଲକ୍ଷ୍ୟ ରଖାଯାଇଛି। ରାସ୍ତାରେ ବିଭିନ୍ନ ସ୍ଥାନରେ ଛାଇ ପାଇଁ ଛାମୁଡ଼ିଆ ଲାଗିବ। ଜଳଛତ୍ର ଖୋଲାଯିବ। ନଳକୂପ ଖନନ ପାଇଁ ଜିଲାଗୁଡ଼ିକୁ ୩୦୦ କୋଟି ଦିଆଯାଇଛି।
ସେହିପରି ଅଘୋଷିତ ବିଜୁଳି କାଟ ହେବ ନାହିଁ। ଦିନ ୧୧ଟାରୁ ଅପରାହ୍ଣ ୩ଟା ଓ ରାତିରେ ବିଦ୍ୟୁତ୍ କାଟ ହେବ ନାହିଁ।

ad-week
Leave A Reply

Your email address will not be published.