ହିଞ୍ଜିଳିକାଟୁ : ହିଞ୍ଜିଳିକାଟୁ ପୌରପରିଷଦ ଅନ୍ତର୍ଗତ ବି ନୁଆଗଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଗୀତାଞ୍ଜଳି ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସରପ୍ରାପ୍ତ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଶ୍ଵନାଥ ମହାରଣା ଓ ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଶିକ୍ଷକ ପଙ୍କଜ ପଟ୍ଟନାୟକ ଓ ସମ୍ମାନିତ ଅତିଥି ଭାବେ ଗ୍ରାମ ର ସମାଜସେବୀ ସୁବାସଚନ୍ଦ୍ରଗୈାଡ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟଅତିଥି ଜୀବନର ଲକ୍ଷ୍ୟ ସ୍ଥିର କରି ସେହି ପଥରେ ଅଗ୍ରସର ହେବାକୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ମହାପାତ୍ର ସ୍ବାଗତ ଭାଷଣ ପ୍ରଦାନ କରିଥିଲେ। ଛାତ୍ରୀଛାତ୍ରଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯକ୍ରମ ମୁଖ୍ୟ ଆକର୍ଷଣ ସାଜିଥିଲା। ସେହିପରି ମେଧାବୀ ଛାତ୍ରୀଛାତ୍ରମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। । ଶିକ୍ଷୟିତ୍ରୀ ଅମିତା ପଟ୍ଟନାୟକ, ଶିକ୍ଷୟିତ୍ରୀ ହରପ୍ରିୟା ଗୈାଡ, ଶିକ୍ଷକ ମନୋଜ କୁମାର କାର୍ଯୀ ଙ୍କ ସହ ବିଦ୍ୟାଳୟ ପରିଚାଳନା ସଦସ୍ୟ ଓ ଅଭିଭାବକ, ଗ୍ରାମବାସୀ ଉପସ୍ଥିତ ରହି ସହଯୋଗ କରିଥିଲେ।
