ଝାରସୁଗୁଡ଼ା : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଝାରସୁଗୁଡ଼ାରୁ ଫେରିଲା କ୍ରାଇମବ୍ରାଞ୍ଚ ଟିମ୍ । ୫ ଦିନ ଧରି ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଟିମ୍ ଫେରିଲା । ୧୪ରୁ ୧୫ ଜଣଙ୍କ ବୟାନ ରେକର୍ଡ କରାଯାଇଛି । ଝାରସୁଗୁଡ଼ା ସରବାହାଲସ୍ଥିତ ନବଙ୍କ ଘରେ ଦୀପାଳି ଓ ବିଶାଳଙ୍କ ବୟାନ ରେକର୍ଡ କରାଯାଇଛି । ହସ୍ପିଟାଲ ଓ ବିମାନବନ୍ଦରରେ ଖୋଳତାଡ଼ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ସମସ୍ତ ରିପୋର୍ଟ କୋର୍ଟରେ ଦାଖଲ କରାଯିବ ବୋଲି ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଅତିରିକ୍ତ ଏସ୍ ପି । ନବ ଦାସଙ୍କୁ ୨୦୨୩ ଜାନୁଆରୀ ୨୯ରେ ହତ୍ୟା କରାଯାଇଥିଲା । ବ୍ରଜରାଜନଗର ଗାନ୍ଧୀ ଛକଠାରେ ପୋଲିସ ଏଏସ୍ ଆଇ ଗୋପାଳ ଦାସ ୪ ରାଉଣ୍ଡ ଗୁଳି ଚାଳନାକରି ଏହି ହତ୍ୟାକାଣ୍ଡ ଘଟାଇଥିଲେ ।
