ବହି ଗୋଦାମରେ ଅଗ୍ନିକାଣ୍ଡ, ୨ ଆହତ

add-all

ଭୁବନେଶ୍ୱର: ଜଗତସିଂପୁର ଜିଲ୍ଲାର ଏକ ବହି ଗୋଦାମରେ ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ୨ ଆହତ ହୋଇଛନ୍ତି।

ପୋଲିସ ସୂଚନା ଅନୁସାରେ, ଏକ ଜୋରଦାର ବିସ୍ଫୋରଣ ଶୁଣି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ। ବାଲିକୁଦାରୁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲୀ ବେଳେ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଦୁଇ ଜଣଙ୍କୁ ପ୍ରଥମେ ଜଗତସିଂପୁର ଜିଲ୍ଲା ମୁଖ୍ୟାଳୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ପରେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା।

ad-week
Leave A Reply

Your email address will not be published.