ଓଡ଼ିଶା ଦିବସ ପାଇଁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ‘ଓଡ଼ିଶା ଦିବସ’ର ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ କହିଛନ୍ତି ଯେ ସମୃଦ୍ଧ, ସାଂସ୍କୃତିକ ଐତିହ୍ୟ ଏବଂ ଅବଦାନକୁ ମନେପକାଇବାର ଦିନ। ଓଡ଼ିଶାବାସୀ ଓଡ଼ିଶାର ଉନ୍ନତି ନିମନ୍ତେ କଠିନ ପରିଶ୍ରମ କରିଆସିଛନ୍ତି। ଭାରତୀୟ ସ୍ୱାଧୀନତାରେ ଓଡ଼ିଶାର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆଧୁନିକ ଭାରତର ଅନେକ ବିନ୍ଧାଣିଙ୍କୁ ଓଡ଼ିଶା ରାଜ୍ୟ ଜନ୍ମ ଦେଇଛି। ଓଡ଼ିଶାର ଶାନ୍ତି ଓ ସମୃଦ୍ଧି ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ରାଷ୍ଟ୍ରପତି ପ୍ରକାଶ କରିଛନ୍ତି।
‘ଓଡ଼ିଶା ଦିବସ’ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦିବସ ଓଡ଼ିଶାର ସମୃଦ୍ଧ ସଂସ୍କୃତି ପ୍ରତି ଏକ ଉପଯୁକ୍ତ ସମ୍ମାନ। ଓଡ଼ିଶାର ଇତିହାସ, ସାହିତ୍ୟ ଓ ସଂଗୀତକୁ ନେଇ ଗର୍ବିତ। ଓଡ଼ିଶାବାସୀ କଠିନ ପରିଶ୍ରମୀ ଏବଂ ବିଭିନ୍ନ କ୍ଷେତ୍ରରେ ଉତ୍କର୍ଷ ହାସଲ କରିଛନ୍ତି। କେନ୍ଦ୍ର ଏବଂ ଓଡ଼ିଶା ସରକାର ରାଜ୍ୟର ପ୍ରଗତି ପାଇଁ ବ୍ୟାପକ ଭାବେ କାର୍ଯ୍ୟ କରୁଛନ୍ତି ବୋଲି ପ୍ରଧାନମନ୍ତ୍ରୀ ପ୍ରକାଶ କରିଛନ୍ତି।

nis-ad
Leave A Reply

Your email address will not be published.