ଏପ୍ରିଲ ୧୧ରେ ଶୁଭାରମ୍ଭ ହେବ ଆୟୁଷ୍ମାନ୍ କାର୍ଡ

add-all

ଭୁବନେଶ୍ଵର: ଲୋକଙ୍କୁ ଆର୍ଥିକ ଦୃଷ୍ଟିରୁ ସଶକ୍ତ ତଥା ସାହାଯ୍ୟ କରିବା ପାଇଁ ସରକାର ବିଭିନ୍ନ ପ୍ରକାରର ଯୋଜନା ଜାରି କରିଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଗୋଟିଏ ହେଉଛି ଆୟୁଷ୍ମାନ ଭାରତ ଯୋଜନା, ଯାହାର ଲାଭ ଲକ୍ଷ ଲକ୍ଷ ଭାରତୀୟଙ୍କ ପାଖରେ ପହଞ୍ଚୁଛି। ଏହି ସରକାରୀ ସ୍ବାସ୍ଥ୍ୟ ବୀମା ଯୋଜନା ଅନ୍ତର୍ଗତ ଆୟୁଷ୍ମାନ କାର୍ଡ ଗରିବ ଶ୍ରେଣୀ ଏବଂ ଅଭାବୀ ଲୋକଙ୍କୁ ଦିଆଯାଉଛି। ଏହା ମାଧ୍ୟମରେ ଜଣେ ମାଗଣା ସ୍ବାସ୍ଥ୍ୟ ସେବାର ଲାଭ ପାଇଥାନ୍ତି।

ତେବେ ଆସନ୍ତା ଏପ୍ରିଲ ୧୧ ତାରିଖରେ ଓଡ଼ିଶାରେ ଆୟୁଷ୍ମାନ୍ କାର୍ଡର ଶୁଭାରମ୍ଭ ହେବାକୁ ଯାଉଛି। ଏଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱରରେ ପହଞ୍ଚିବେ ନଡ୍ଡା। ଏହାପରେ ଗତ ୧୧ ତାରିଖ ଦିନ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ କରିବେ। ଏଥିପାଇଁ ଜୋରଦାର ପ୍ରସ୍ତୁତି ମଧ୍ୟ ଚାଲିଛି।୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ମାଗଣା ସ୍ବାସ୍ଥ୍ୟ ବୀମାର ଲାଭ ପାଇବାକୁ ହେଲେ ଲୋକଙ୍କ ପାଖରେ ଆୟୁଷ୍ମାନ କାର୍ଡ ଥିବା ଆବଶ୍ୟକ। ଏହା ମାଧ୍ୟମରେ କାର୍ଡଧାରୀମାନେ ମାଗଣା ଚିକିତ୍ସା ପାଇପାରିବେ। ABHA କାର୍ଡ ଆୟୁଷ୍ମାନ ଭାରତ ଡିଜିଟାଲ୍ ମିଶନ୍ (ABDM) ଅଧୀନରେ ପରିଚାଳିତ, ଯାହା ଜାତୀୟ ସ୍ୱାସ୍ଥ୍ୟ ପ୍ରାଧିକରଣ (NHA) ର ଏକ ଡିଜିଟାଲ୍ ସ୍ୱାସ୍ଥ୍ୟସେବା ପଦକ୍ଷେପ ।

ad-week
Leave A Reply

Your email address will not be published.