ଓଡିଶା ଆଦର୍ଶ ବିଦ୍ୟାଳୟ ତୃତୀୟ ବାର୍ଷିକଉତ୍ସବ ପାଳିତ

add-all

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅନ୍ତର୍ଗତ ଦଣ୍ଡପଦର ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ମହାସମାରୋହରେ ପାଳିତ ହୋଇଯାଇଛି । ଏଥିରେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଫିରିଙ୍ଗିଆ ଓଡିଶା ଆଦର୍ଶ ବିଦ୍ୟାଳୟର ଅଧ୍ଯକ୍ଷ କାହ୍ନୁ ଚରଣ ସାହୁ, ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ, ଆଦିବାସୀ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତିକ ଚନ୍ଦ୍ର ସି, ଗୋପବନ୍ଧୁ ତ୍ରିପାଠୀ, ପୁଷ୍ପରାଣୀ ବେହେରା ପ୍ରମୁଖ ଯୋଗ ଦେଇ ଦ୍ୱୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଛାତ୍ରଛାତ୍ରୀଙ୍କୁ ମୋବାଇଲ ଠାରୁ ଦୁରେଇ ରଖି ଶୈକ୍ଷିକ ବାତାବରଣରେ ଶିକ୍ଷା ପ୍ରତି ଗୁରୁତ୍ବ ଦେଇ ପାଠ ପଢିବା ପାଇଁ ପରାମର୍ଶ ଦେଇଥିଲେ | ପରେ ପରେ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ର ଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ବିଦ୍ୟାଳୟର ଅଧ୍ଯକ୍ଷା ଇତିଶ୍ରୀ ସାହୁ କାର୍ଯ୍ୟକ୍ରମଟିକୁ ପରିଚାଳନା କରିଥିଲେ। ଶେଷରେ ଛାତ୍ରଛାତ୍ରୀ ମାନଙ୍କ ଦ୍ବାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଏଥିରେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକ ମାନେ ଯୋଗ ଦେଇ ପରିଚାଳନାରେ ସହଯୋଗ କରିଥିଲେ l

ad-week
Leave A Reply

Your email address will not be published.