ନବରଙ୍ଗପୁରଠାରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

add-all

ନବରଙ୍ଗପୁର : ଆଜି ଜିଲ୍ଲା ପରିଷଦ ସମ୍ମିଳନୀ ଗୃହରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ ଶୁଭଙ୍କର ମହାପାତ୍ର ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ସାଧାରଣ) ତପନ କୁମାର ଖୁଣ୍ଟିଆ, ଉପ ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ଃ ସନ୍ତୋଷ କୁମାର ପଣ୍ଡା ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୩୮ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୩୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ଅଭିଯୋଗ ମୂଳତଃ ଖାଉଟି କାର୍ଡ, ରାସ୍ତା ନିର୍ମାଣ,ପାନୀୟ ଜଳ,ବିଦ୍ୟାଳୟ ପାଇଁ ଅଧିକ ଶ୍ରେଣୀ ର ବ୍ୟବସ୍ଥା,ବିଜୁଳି ସମସ୍ୟା, ନୂତନ ନଳକୂପ ଖନନ ଓ ମରାମତି ,ଜମି ମାମଲା ଉପରେ ଥିଲା।

ad-week
Leave A Reply

Your email address will not be published.