ମାଲକାନାଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି

add-all

ମାଲକାନଗିରି : ମାଲକାନାଗିରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ସଭପତିତ୍ଵ କରି ସମସ୍ତ ଅଭିଯୋଗ ଗୁଡିକର ଶୁଣାଣୀ କରିଥିଲେ। ଜିଲ୍ଲାର ବିଭିନ୍ନ ସ୍ଥ୍ନରୁ ଲୋକେ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ନିଜର ସମସ୍ୟା ଗୁଡିକ ପ୍ରଶାସନ ନିକଟରେ ଉପସ୍ଥାପନ କରିଥିବା ବେଳେ ମୋଟ ୨୫ଟି ଅଭିଯୋଗର ଶୁଣାଣୀ ହୋଇଥିଲା। ତେବେ ସମସ୍ତ ଅଭିଯୋଗ ଗୁଡିକର ଯଥା ଶୀଘ୍ର ସମାଧାନ ଅପିଆନ ଜିଲ୍ଲାପାଳ ଶ୍ରୀ ପାଟିଲ ସମସ୍ତଙ୍କୁ ପ୍ରତିଶ୍ରୁତି ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନ, ଉପ ଜିଲ୍ଲାପାଳ ଦୁର୍ଯୋଧନ ଭୋଇ, ଜିଲ୍ଲା ଉନ୍ନୟନ ଅଧିକାରୀ ନରେଶ ଚନ୍ଦ୍ର ସବର ଏବଂ ବିଭିନ୍ନ ବିଭାଗର ଅଧିକାରୀ ମାନେ ଅଂଶଗ୍ରହଣ କରିଥିଲେ।

ad-week
Leave A Reply

Your email address will not be published.