ଆଉ ଦୁଇ ଦିନ ମଧ୍ୟରେ ସରିବ ମାଟ୍ରିକ ଖାତା ଦେଖା, ମେ’ ପ୍ରଥମ ସପ୍ତାହରେ ରେଜଲ୍ଟ

କଟକ: ମେ’ ୨ୟ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍‌ ରେଜଲ୍ଟ। ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ। ଆଉ ଦୁଇ ଦିନ ମଧ୍ୟରେ ସରିବ ଖାତା ଦେଖା। AI ଏବଂ QR କୋର୍ଡ ଦ୍ବାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍‌ ନେଇ କିଛି ଅସୁବିଧା ହେବନି କହିଲେ। ଗ୍ରେସ୍‌ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବ।

ମାର୍ଚ୍ଚ ୧୯ରେ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଖାତା ଦେଖା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା । ଚଳିତବର୍ଷ ମାଟ୍ରିକ ପରୀକ୍ଷା ଫେବ୍ରୁଆରୀ ୨୧ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖ ଯାଏଁ ଚାଲିଥିଲା । ମୋଟ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଥିଲେ।

କିଛି ଅନ୍ୟ ଭାଷା ଉତ୍ତର ଖାତା ଯଥା ବେଙ୍ଗଲି, ତେଲୁଗୁ, ଉର୍ଦ୍ଧୁ ଭାଷାର ଖାତା ବୋର୍ଡ ଅଫିସ ପରିସରରେ ମୂଲ୍ୟାୟନ ଚାଲିଛି। ରାଜ୍ୟର ୫୨ଟି ଯାକ ମୂଲ୍ୟାୟନ କେନ୍ଦ୍ରରେ ମୂଲ୍ୟାୟନ ସରି ଉତ୍ତର ଖାତାଗୁଡ଼ିକ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) କାର୍ଯ୍ୟାଳୟରେ କଡ଼ା ସୁରକ୍ଷା ବ୍ୟବସ୍ଥାରେ ପହଞ୍ଚିବା ପରେ ସେଗୁଡ଼ିକର ଟାବୁଲେସନ୍‌ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି।

nis-ad
Leave A Reply

Your email address will not be published.