ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା

add-all

ଭୁବନେଶ୍ବର: ପ୍ରବଳ ଗରମ ଉପରେ ବ୍ରେକ୍‌ ଲାଗିବ। ଅସହ୍ୟ ତାତିରୁ ତ୍ରାହି ମିଳିବ। ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ଏହା ଆସନ୍ତା ୨୪ ଘଣ୍ଟା ଯାଏଁ ଉତ୍ତର ଉତ୍ତର-ପଶ୍ଚିମ ଦିଗରେ ଗତି କରି ରିକର୍ଭ କରି ଉତ୍ତର ଉତ୍ତର-ପୂର୍ବ ଦିଗକୁ ଗତି କରି ସମୁଦ୍ରରେ ଦୁର୍ବଳ ହେବ। ଆଞ୍ଚଳିକ ପାଣିପାଗ ବିଜ୍ଞା‌ନ କେନ୍ଦ୍ର ଏହିଭଳି ପୂର୍ବାନୁମାନ କରିଛି।

ସେହିପରି ପାଣିପାଗ ବିଭାଗ ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି। ଆଜିଠୁ ୧୨ ତାରିଖ ଯାଏଁ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀ ବର୍ଷା ନେଇ ଆଲର୍ଟ ଜାରି କରିଛି। ବର୍ଷା ପ୍ରଭାବରେ ରାଜ୍ୟରେ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି।

ପାଣିପାଗ ବିଭାଗ ପକ୍ଷରୁ ଆସନ୍ତାକାଲି ପାଇଁ ୧୩ ଜିଲ୍ଲାକୁ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏଥିରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ରହିଛି। ଏହିସବୁ ଜିଲ୍ଳା କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି।

ସେହିପରି ପାଣିପାଗ କେନ୍ଦ୍ର ୧୦ ତାରିଖ ପାଇଁ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ। ସେହି ସମୟରେ ଘଣ୍ଟା ପିଛା ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ। ୧୧ ତାରିଖ ପାଇଁ ରାଜ୍ୟର ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ‌ବେଳେ ୧୨ ତାରିଖ ପରେ ପାଗ ବଦଳିବ ବୋଲି ଆକଳନ କରିଛି। 

ad-week
Leave A Reply

Your email address will not be published.