” ଲୋକକଳା ପାଇଁ ଦିନଟିଏ ” ବାଲିଗୁଡା ଅଞ୍ଚଳର ଯୁବ ନାଟ୍ୟକାର ପ୍ରମୋଦ ଦଣ୍ଡସେନାଙ୍କୁ ସମ୍ବର୍ଦ୍ଧନା

add-all

ବାଲିଗୁଡା : ଓଡ଼ିଆ ପକ୍ଷ ପାଳନ ଅବସରରେ ଗୁରୁବାର ଦିନ କନ୍ଧମାଳ ଜ଼ିଲ୍ଲା ଖଜୁରୀପଡା ରେ ଜ଼ିଲ୍ଲା ପ୍ରଶାସନ ର ସଂସ୍କୃତି ବିଭାଗ ପକ୍ଷରୁ ଲୋକକଳା ପାଇଁ ଦିନଟିଏ ଦିବସ ପାଳିତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ କନ୍ଧମାଳ ଜ଼ିଲ୍ଲାର ୧୨ ଗୋଟି ବ୍ଳକର କଳାକାର ମାନେ ଯୋଗଦେଇ ଦେଇଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲ୍ଲିକ, ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜ଼ିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ପଦ୍ମଶ୍ରୀ ଶ୍ରୀମତୀ ପୂର୍ଣ୍ଣମାସି ଯାନୀ, ଖଜୁରୀପଡା ବ୍ଳକ ଅଧକ୍ଷl ଅନିମା କହଁର, ବିଡ଼ିଓ ଶୁଭ ଦତ୍ତାତ୍ରୟ ବାହିନୀପତି, ଜ଼ିଲ୍ଲାପରିଷଦ ସଭ୍ୟ ଶ୍ରୀମତୀ ଉର୍ବଶୀ ଡିଗାଲ ଙ୍କ ସମେତ ବ୍ଳକ ର ସମସ୍ତ ସରପଞ୍ଚ ସମିତି ସଭ୍ୟ ଯୋଗଦେଇ ଦେଇ ସରକାରଙ୍କ ଯୋଜନାକୁ ଉଚ୍ଚ ପ୍ରଶଂସା କରିଥିଲେ। ସଭାକାର୍ଯ୍ୟ ପ୍ରାରମ୍ଭ ରେ ଆମନ୍ତ୍ରିତ ଅତିଥି ଗଣ ଜଗତର ନାଥ ଜଗନ୍ନାଥ ଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ଜଳନ କରିଥିଲେ l ଏହି ଅବସରରେ ଜ଼ିଲ୍ଲାର ବହୁ ବିଶିଷ୍ଟ କଳାକାର ଙ୍କୁ ସମ୍ମାନିତ କରାଯାଇଥିଲା l ଏହି ସମ୍ମାନିତ ମଧ୍ୟରେ ବାଲିଗୁଡା ଅଞ୍ଚଳ ର ଅଗ୍ରଣୀ ସଂlସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ର ର ସମ୍ପାଦକ, ନାଟ୍ୟକାର, ତଥା ଅଭିନେତା ପ୍ରମୋଦ କୁମାର ଦଣ୍ଡସେନାଙ୍କୁ ନିଜର କଳା ନୈପୁଣ ପାଇଁ ଅତିଥି ଗଣ ସମ୍ବର୍ଦ୍ଧନା ସହ ମାନପତ୍ର ପ୍ରଦାନ କରିଥିଲେ l

ad-week
Leave A Reply

Your email address will not be published.