ଗାଡି ଧକ୍କାରେ ସାଇକେଲ ଆରୋହୀ ମୃତ୍ୟୁ ଘଟଣା, ଫେରାର ଗାଡି ଜବତ : ଚାଳକ ଗିରଫ

ହିଞ୍ଜିଳିକାଟୁ : ଫେବୃୟାରୀ ୯ ତାରିଖ ଭୋର ସମୟରେ ୫୯ ନଂ ଜାତୀୟ ରାଜପଥ ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ମାଣିକ ନଗର ଛକରେ ଏକ ଅଜଣା ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିଲା। ଦୂର୍ଘଟଣା ଘଟାଇ ଚାଳକ ଗାଡି ନେଇ ଘଟଣା ସ୍ଥଳରୁ ଚମ୍ପଟ ମାରିଥିଲେ। ଦୂର୍ଘଟଣାରେ ହିଞ୍ଜିଳିକାଟୁ ପୈାରାଞ୍ଚଳ ରଜାତୋଟା ସାହିର ଅଭିମନ୍ୟୁ ପୃଷ୍ଟି (୭୦)ଙ୍କ ଘଟଣା ସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ରାସ୍ତାରେ ପଡ଼ିଥିବା ଖଣ୍ଡବିଖଣ୍ଡିତ ମୃତଦେହକୁ ଜବତ କରି ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇ ନିକଟସ୍ଥ ଅଞ୍ଚଳର ସିସିଟିଭି ଫୁଟେଜ ଯାଞ୍ଚ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା। ମୃତକଙ୍କ ପୁଅ ଶିବଙ୍କ ଅଭିଯୋଗ ଭିତ୍ତିରେ ହିଞ୍ଜିଳି ଥାନାରେ କେସ ନଂ- ୧୦୦/୨୫ ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା। ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ନେତୃତ୍ୱରେ ତଦନ୍ତକାରୀ ଅଧିକାରୀ ତଥା ଥାନା ଏଏସଆଇ ସୁବାଷ ଚନ୍ଦ୍ର ମିଶ୍ର ଘଟଣାର ତଦନ୍ତ କରି ଘଟଣାର ୨ ମାସ ପରେ ଶୁକ୍ରବାର ବେଲଗୁଣ୍ଠା ଅଞ୍ଚଳରୁ ଦୂର୍ଘଟଣା ଘଟାଇ ଫେରାର ହୋଇଯାଇଥିବା ଟ୍ରକ୍ (ଓଡି୦୭ ଏଟି ୩୩୦୩)କୁ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ଗିରଫ ଚାଳକ ଜଣଙ୍କ ହେଲେ ବୁଗୁଡା ଥାନା ସୁରମଣି ଗ୍ରାମର ପ୍ରଦ୍ୟୁମ୍ନ କୁମାର ଗୈାଡ (୨୪) । ଗିରଫ ଟ୍ରକ ଚାଳକଙ୍କୁ ଶୁକ୍ରବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଆଇଆଇସି ଶ୍ରୀନିବାସ ସେଠିଙ୍କ ସୂତ୍ରରୁ ପ୍ରକାଶ।‌

nis-ad
Leave A Reply

Your email address will not be published.