ଯୁବକଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ : ହିଞ୍ଜିଳି ଥାନା ତଥା ହିଞ୍ଜିଳିକାଟୁ ପୈାରାଞ୍ଚଳ ଘୋଡାହାଡ ନଦୀ ନିକଟସ୍ଥ ଶଶ୍ମାନ ପରିସର ଏକ ବରଗଛ ଶାଖାରେ କପଡା ରଶି ଲଗାଇ ଜଣେ ଯୁବକ ଆତ୍ମହତ୍ୟା କରିଥିବା ଦେଖିବାକୁ ମିଳିଛି । ମୃତକ ଜଣଙ୍କ ହେଲେ ହିଞ୍ଜିଳିକାଟୁ ପୈାରାଞ୍ଚଳ ଜୟମଙ୍ଗଳ ସାହିର ମଣ୍ଟୁ @ ମୁଷା ବେହେରା (୨୦) । ଖବର ପାଇ ପରିବାର ଲୋକେ ଘଟଣା ସ୍ଥଳରେ ପହଞ୍ଚି ଝୁଲନ୍ତା ମୃତଦେହକୁ ଉଦ୍ଧାର କରିଥିଲେ। ଖବର ପାଇ ହିଞ୍ଜିଳି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି। ଏ ନେଇ ହିଞ୍ଜିଳି ଥାନାରେ କେସ ନଂ- ୬/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତଦେହକୁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ରଖିଛି। ଗୁରୁବାର ବ୍ୟବଛେଦ ସକାଶେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଯିବ ବୋଲି ଥାନା ଆଇଆଇସି ଶ୍ରୀନିବାସ ସେଠି କହିଛନ୍ତି। ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି।

nis-ad
Leave A Reply

Your email address will not be published.