କଟକ: କଟକରେ ଦୁଇ ଅଭିଯୁକ୍ତଙ୍କୁ ଏନ୍କାଉଣ୍ଟର। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାକୁ ଏନ୍କାଉଣ୍ଟର। ଚୌଦ୍ବାର ପୋଲିସ ଓ ସ୍ପେଶାଲ ସ୍କ୍ୱାଡ୍ର ଏନ୍କାଉଣ୍ଟର ହୋଇଥିବା ସୂଚନା। ଚୌଦ୍ବାର ଇନ୍ଦ୍ରାଣୀପାଟଣାରେ ଏହି ଏନ୍କାଉଣ୍ଟର କଲା ପୋଲିସ।
ଧରିବାକୁ ଯାଇଥିବା ବେଳେ ପୋଲିସ ଉପରକୁ ଗୁଳି ଚଳାଇଥିଲେ ଅଭିଯୁକ୍ତ। ପୋଲିସର ପାଲଟା ଗୁଳିରେ ଉଭୟ ଆହତ ହୋଇଛନ୍ତି। ଅପରାଧୀ କଟାସ ରାଉତ ଓ ଶୁଭ୍ରାଂଶୁ ପରିଡ଼ାର ଆଣ୍ଠୁରେ ଗୁଳି ବାଜିଛି।
ଆହତ ଅବସ୍ଥାରେ ଦୁଇ ଅଭିଯୁକ୍ତଙ୍କୁ SCBରେ ଭର୍ତ୍ତି କରାଯାଇଛି। ଉଭୟଙ୍କ ନିକଟରୁ ବନ୍ଧୁକ ସହ ଗୁଳି ଜବତ କରିଛି ପୋଲିସ। କଟାସ ନାଁରେ ୧୫ ଓ ଶୁଭ୍ରାଂଶୁ ନାଁରେ ୫୦ରୁ ଅଧିକ ମାମଲା ରହିଛି।
