ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ, ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ହେବ ଗୁରୁତ୍ବପୂର୍ଣ୍ଣ ବୈଠକ
ଭୁବନେଶ୍ୱର : ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଦୁଇ ପ୍ରମୁଖ ସଚିବ । ଆଜି ଝାରସୁଗଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି ଡ. ପିକେ ମିଶ୍ର । ଏହାପରେ ସେ ସମ୍ବଲପୁର IIM ଗେଷ୍ଟ ହାଉସରେ ରାତ୍ରିଯାପନ କରିବେ । ଆସନ୍ତାକାଲି ସକାଳ ୯ଟାରେ IIM, ସମ୍ବଲପୁରର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ । ଆସନ୍ତାକାଲି ପର୍ଯ୍ୟଟନ ଓ ନଗର ଉନ୍ନୟନ ବିଭାଗର ବିଭିନ୍ନ ପ୍ରକଳ୍ପ ନେଇ ଆଲୋଚନା କରିବେ ।
ସେପଟେ ଗତକାଲି ରାତିରେ ଭୁବନେଶ୍ବରରେ ପହଞ୍ଚିଛନ୍ତି ଶକ୍ତିକାନ୍ତ ଦାସ । ଶକ୍ତିକାନ୍ତ ଦାସ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାରଙ୍କ ସହ ତାଙ୍କର ଗୁରୁତ୍ବପୂର୍ଣ୍ଣ ବୈଠକ ରହିଛି । ଆସନ୍ତାକାଲି ଶକ୍ତିକାନ୍ତ ଦାସ ଘଟଗାଁ ତାରିଣୀ ପୀଠକୁ ଯାଇ ମାଆଙ୍କ ଦର୍ଶନ କରିବେ । ତାଙ୍କ ପାଇଁ ୱାଇ ପ୍ଲସ୍ ସୁରକ୍ଷା କରାଯାଇଛି । ଦୁଇଦିନରେ ଦୁଇଜଣ ବରିଷ୍ଠ ଅଧିକାରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏବେ ଚର୍ଚ୍ଚା ହେଉଛି , ଓଡ଼ିଶା ଉପରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ସ୍ବତନ୍ତ୍ର ଫୋକସ୍ ରହିଛି ।
